ମାନବିକତା ଦେଖାଇଲେ ଡିଆଇଜିଙ୍କ ସ୍ତ୍ରୀ : ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ପଠାଇଲେ

ଅନୁଗୋଳ ଅଫିସ, ୧୬।୧୧- ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡ଼ିଥିବା ଦୁଇ ଯୁବକଙ୍କୁ ନିଜ ଗାଡ଼ିରେ ମେଡିକାଲ ପଠାଇ ଉଚ୍ଚ ପ୍ରଶଂସା ସାଉଣ୍ଟିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ସ୍ତ୍ରୀ ସୀମାଗୁପ୍ତା ଭୋଳ। ବୁଧବାର ରାତିରେ ଘଟିଥିବା ଏହି ଘଟଣା ଏବେ ଅନୁଗୋଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସୀମାଗୁପ୍ତାଙ୍କ ଏପରି ମାନବିକତାକୁ ସାଧାରଣରେ ଉଚ୍ଚ ପ୍ରଶଂସା କରାଯାଇଛି।
ସୂଚନା ଅନୁଯାୟୀ, ବୁଧବାର ରାତିରେ ପିଲାଙ୍କୁ ଧରି ସୀମାଗୁପ୍ତା କଟକ-ସମ୍ବଲପୁର ପୁରୁଣା ରାଜପଥ ଦେଇ ଭୁବନେଶ୍ୱରରୁ ଅନୁଗୋଳ କ୍ୱାର୍ଟର୍ସକୁ ଫେରୁଥିଲେ। ଏହି ସମୟରେ ଫୁଲପଡ଼ା ନିକଟ ପାଓ୍ବାରଗ୍ରୀଡ୍‌ଠାରେ ୨ ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିବା ସେ ଦେଖିବାକୁ ପାଇଥିଲେ। ଗାଡ଼ିରେ ଅନେକ ଲୋକ ଯାଉଥିଲେ ବି କେହି ସେଠାରେ ଅଟକି ନ ଥିଲେ। ଏହା ଦେଖି ତୁରନ୍ତ ସେ ଚାଳକଙ୍କୁ ଗାଡ଼ି ରଖିବାକୁ ନିର୍ଦ୍ଦେଶ ଦେବା ସହ ସମ୍ପୃକ୍ତ ଯୁବକଦ୍ୱୟଙ୍କ ନିକଟକୁ ଯାଇଥିଲେ। ଜଣଙ୍କ ଅବସ୍ଥା ଗୁରୁତର ଥିବା ଦେଖି ସେ ଗାଡ଼ିରୁ ପିଲାଙ୍କୁ ଓହ୍ଲାଇଦେଇ ଚାଳକଙ୍କ ସହାୟତାରେ ଉଭୟଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ। ରାତି ପ୍ରାୟ ୧୧ଟା ପାଖାପାଖି ହୋଇଥିଲେ ମଧ୍ୟ ସେ ଶୀତରେ ପିଲାଙ୍କ ସହ ପାଓ୍ବାରଗ୍ରୀଡ୍‌ ନିକଟରେ ୨୦ ମିନିଟ୍‌ ଠିଆ ହୋଇଥିଲେ। ପରେ ଅନୁଗୋଳରୁ ଅନ୍ୟ ଏକ ଗାଡ଼ି ସେଠାରେ ପହଞ୍ଚିବା ପରେ ସେ ପିଲାଙ୍କୁ ନେଇ କ୍ୱାର୍ଟର୍ସକୁ ଫେରିଥିଲେ। ମେଡିକାଲରେ ଭର୍ତ୍ତି ହୋଇଥିବା ଦୁଇ ଯୁବକଙ୍କ ମଧ୍ୟରୁ ବଅଁରପାଳ ଥାନା ମହୀଧରପୁର ଅଞ୍ଚଳର ସମୀର ସାହୁଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି। ତାଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଅନ୍ୟ ଜଣଙ୍କୁ ଚିକିତ୍ସା ପରେ ଛାଡ଼ି ଦିଆଯାଇଥିବା ମେଡିକାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri