Posted inଜାତୀୟ

ମାନବିକ ସଙ୍କଟ ଆଶଙ୍କା

ନୂଆଦିଲ୍ଲୀ,୨ା୯: ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଶନିବାର ପ୍ରକାଶିତ ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ୧୯ ଲକ୍ଷରୁ ଊର୍ଦ୍ଧ୍ୱ ଜଣଙ୍କୁ ଅଯୋଗ୍ୟ ଦର୍ଶାଯାଇ ବାଦ୍‌ ଦିଆଯାଇଛି। ବେଆଇନ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରିବା ଏହାର ଉଦ୍ଦେଶ୍ୟ ବୋଲି ଏନ୍‌ଆର୍‌ସି ପକ୍ଷରୁ ଦାବି କରାଯାଇଥିବାବେଳେ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଭିନ୍ନ ଭିନ୍ନ ରିପୋର୍ଟ ପ୍ରକାଶ ପାଇଛି। ତାଲିକାରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯାଇପାରେ। ଏଥିଯୋଗୁ ଆସାମରେ ମାନବିକ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଗାର୍ଡିଏନ୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି ।
ଓ୍ବାଶିଂଟନ ପୋଷ୍ଟରେ ‘ଭାରତୀୟ ରାଜ୍ୟରେ ନାଗରିକତ୍ୱ ତାଲିକାରୁ ପ୍ରାୟ ୨ ନିୟୁତ ଲୋକଙ୍କୁ ବାଦ୍‌ ଦିଆଯାଇଛି’ ଶୀର୍ଷକ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ବେଆଇନ ପ୍ରବାସୀଙ୍କୁ ଏନ୍‌ଆର୍‌ସିରୁ ବାଦ୍‌ ଦିଆଯିବାର ପରିଣାମ ସମେତ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ସାୟେରା ବେଗମ୍‌ଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ତାଙ୍କ ନାମ ଏନ୍‌ଆର୍‌ସି ତାଲିକାରେ ନାହିଁ ବୋଲି ଗୁଜବ ଶୁଣିବା ପରେ ସାୟେରା ଏକ କୂଅକୁ ଡେଇଁପଡ଼ିଥିଲେ। ତାଲିକା ପ୍ରକାଶ ପାଇବା ପରେ ତାଙ୍କ ନାମ ସେଥିରେ ରହିଥିଲା। ହେଲେ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିସାରିଥିଲା। ସେହିପରି ତାଲିକାରୁ ବାଦ୍‌ ପଡ଼ିଥିବା ଲୋକେ ସମ୍ମୁଖୀନ ହେଉଥିବା ଆଇନଗତ କଠିନତାକୁ ନେଇ ଅଲ୍‌-ଜଜିରା ରିପୋର୍ଟରେ ବିସ୍ତୃତ ଭାବେ ବର୍ଣ୍ଣନା କରିଛି। ୧୨୦ ଦିନ ମଧ୍ୟରେ ୨୦ ଲକ୍ଷରୁ ୩୦ ଲକ୍ଷ ମାମଲାର ବିଚାର କରିବା ବିଦେଶୀ ଟ୍ରିବ୍ୟୁନାଲଗୁଡ଼ିକ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିବ ବୋଲି ନୂଆଦିଲ୍ଲୀସ୍ଥିତ ରାଇଟ୍ସ ଆଣ୍ଡ ରିସ୍କସ ଆନାଲିସିସ୍‌ ଗ୍ରୁପ୍‌ ନିଦ୍ଦେର୍ଶକ ସୁହାସ ଚକ୍‌ମା କହିଛନ୍ତି। ଜାତୀୟ ସ୍ତରରେ ଏନ୍‌ଆର୍‌ସି କାର୍ଯ୍ୟକାରୀ କରିବା ପାଇଁ ଚାହୁଁଥିବା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଏକତା ପ୍ରବାସୀଙ୍କୁ କୀଟ ଭାବେ ଅଭିହିତ କରିଥିଲେ, ଯାହାକୁ ଭାଜପା ସମର୍ଥନ କରିଥିଲା ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବାଂଲାଦେଶର ପ୍ରମୁଖ ଖବରକାଗଜ ‘ଦି ଡେଲି ଷ୍ଟାର’ରେ ପ୍ରକାଶିତ ରିପୋର୍ଟରେ ସେଠାକାର ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍‌ଦୁଲ୍‌ ମୋମେନ୍‌ କହିଛନ୍ତି, ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ଲୋକେ ବାଂଲାଦେଶୀ ନୁହନ୍ତି। ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ହୋଇଥିବାରୁ ତାକୁ ନେଇ ଆମର ଚିନ୍ତା କରିବାର କିଛି ନାହିଁ। ଆସାମ ସୀମାରେ ସୁରକ୍ଷା ବନ୍ଦୋବସ୍ତ କଡ଼ାକଡ଼ି କରାଯାଇଛି ବୋଲି ବର୍ଡର ଗାର୍ଡ ବାଂଲାଦେଶ ଅଧିକାରୀମାନେ କହିଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri