ମାନବ କଲ୍ୟାଣରେ ବ୍ରତୀ ହେବାକୁ ଆହ୍ବାନ

ଅମରପାଲି, ୨୩।୯ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ରେଡକ୍ରସ ପକ୍ଷରୁ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲେଜରେ ତିନିଦିନ ଧରି ଚାଲିଥିବା ଯୁବ ରେଡକ୍ରସ ଶିକ୍ଷା, ତାଲିମ ଶିବିର ସୋମବାର ଉଦ୍‌ଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଭୋଳାନାଥ କର୍ମୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବାଣିଜ୍ୟ ପରିବହନ ଓ ଯୋଜନା ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟଅତିଥିଭାବେ ଯୋଗଦେଇଥିଲେ। ସେ ନିଜ ବକ୍ତବ୍ୟରେ ଛାତ୍ରୀଛାତ୍ରଙ୍କୁ ମାନବ କଲ୍ୟାଣରେ ବ୍ରତୀ ହେବାକୁ ଆହ୍ବାନ କରିଥିଲେ। ସତ୍ୟ ଅହିଂସା ମାର୍ଗ ଅବଲମ୍ବନ କରି ସତ୍ୟକୁ ସାହସ କରିବା ସହିତ ସତ୍‌ଚିନ୍ତା, ସତ୍‌କର୍ମ, ସତ୍‌ପଥ ଅନୁସରଣ କଲେ ସଫଳତା ମିଳିଥାଏ ବୋଲି କହିଥିଲେ। ମଣିଷ ତାର ଆଚରଣରେ ବଡ ଲୋକ ହୋଇଥାଏ। ଉତ୍ତମ ଆଚରଣ ପାଇଁ ନିଶାମୁକ୍ତ ସମାଜର ଆବଶ୍ୟକତା ରହିଛି। ତେଣୁ ସମାଜକୁ ନିଶାମୁକ୍ତ କରିବା ପାଇଁ ପ୍ରୟାସ ରହୁ ବୋଲି ସେ କହିଥିଲେ। ପୂର୍ବତନ ମନ୍ତ୍ରୀ ବିଷ୍ଣୁପ୍ରିୟା ବେହେରା, ଓଡିଶା ଯୁବ ରେଡକ୍ରସର ପର୍ଯ୍ୟବେକ୍ଷକ ବି. ଗୋବିନ୍ଦ ରାଓ ସମ୍ମାନୀତ ଅତିଥିଭାବେ ମଞ୍ଚାସୀନ ଥିଲେ। କଲେଜ ଯୁବ ରେଡକ୍ରସ ପରାମର୍ଶଦାତା ରମାକାନ୍ତ ପୁରୋହିତ ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ଯୁବ ରେଡକ୍ରସ ସଂଯୋଜକ ଉମାକାନ୍ତ ନାଗ ବାର୍ଷିକ ବିବରଣୀ ପଠନ କରିଥିଲେ। ଶିବିରାର୍ଥୀଙ୍କୁ ନେଇ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଅଧ୍ୟାପକ ଦେବାଶିଷ ପ୍ରଧାନ ସଂଯୋଜନା କରିଥିଲେ। ତିନିଦିନ ଧରି ହୋଇଥିବା ଉକ୍ତ ଶିବିରରେ ଜିଲାର ୩୨ଟି କଲେଜର ପ୍ରାୟ ୧୫୦ଜଣ ସ୍ବେଚ୍ଛାସେବୀ ଓ ଅଧ୍ୟାପିକା ଅଧ୍ୟାପକ ଯୋଗଦେଇଥିଲେ। ବିଭିନ୍ନ ଦିବସରେ ସ୍ବେଚ୍ଛାସେବୀମାନଙ୍କୁ ଭିନ୍ନଭିନ୍ନ ତାଲିମ ପ୍ରଦାନ କରାଯାଇଥିବା ବେଳେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଥିଲା। ସଭା ଶେଷରେ ମୁଖ୍ୟଅତିଥି ରେଡକ୍ରସ ପତାକାକୁ ଅବତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri