ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍‌ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ। ଏହା ହିଁ ରେଡକ୍ରସ୍‌ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍‌ ସୋସାଇଟି, ଓଡ଼ିଶା ଶାଖାର ଅଧ୍ୟକ୍ଷ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି। ଭାରତୀୟ ରେଡକ୍ରସ୍‌ ସୋସାଇଟି, ଓଡ଼ିଶା ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ରାଜ୍ୟପାଳ ଉଦ୍‌ଘାଟନ କରିଥିଲେ। ସେ କହିଲେ, ଯେଉଁଠି ଦୁଃଖ ଅଛି ଓ ଆବଶ୍ୟକତା ଅଛି, ସେଠି ପହଞ୍ଚତ୍ବା ଦରକାର ଏବଂ ସାମର୍ଥ୍ୟ ମତେ ସାହାଯ୍ୟ କରିବା ଦରକାର। ପ୍ରତ୍ୟେକ ମଣିଷ ଈଶ୍ୱରଙ୍କ ଅଂଶବିଶେଷ। ଏହି ଭାବଧାରାରେ ଅନୁପ୍ରାଣିତ ହୋଇ ସେବା କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି। ରେଡକ୍ରସ୍‌ ଏକ ସେବା ଅନୁଷ୍ଠାନ ଭାବରେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଓଡ଼ିଶାରେ ରେଡକ୍ରସ୍‌ ଉଲ୍ଲେଖନୀୟ ସେବା କାର୍ଯ୍ୟ କରି ସମସ୍ତଙ୍କର ପ୍ରଶଂସାଭାଜନ ହୋଇପାରିଛି। ଏହି ପ୍ରକ୍ରିୟାକୁ ଆହୁରି କ୍ରିୟାଶୀଳ ଓ ବ୍ୟାପକ କରିବା ସହ ସେବା ଭାବର ପ୍ରସାରରେ ବିଶେଷ ଭୂମିକା ନେବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି। ଭାରତୀୟ ରେଡକ୍ରସ୍‌ ସୋସାଇଟି, ଜାତୀୟ ମୁଖ୍ୟାଳୟର ମହାସଚିବ ଆର.କେ. ଜୈନ ଯୋଗଦେଇ ଓଡ଼ିଶା ଶାଖାର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିବା ସହିତ ଓଡ଼ିଶା ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟ ପାଇଁ ରେଡକ୍ରସ୍‌ର ସ୍ବତନ୍ତ୍ର ଯୋଜନା ଓ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ କରିଥିଲେ। ରେଡକ୍ରସ୍‌ର ଅନ୍ତର୍ଜାତୀୟ ପ୍ରତିନିଧି କମିଟିର ଉପମୁଖ୍ୟ ଇଭିସ୍‌ ହେଲର ରେଡକ୍ରସ୍‌ର ବିବର୍ତ୍ତିତ କାର୍ଯ୍ୟଧାରା ସମ୍ପର୍କରେ ସୂଚନା ଦେଇଥିଲେ। ଭାରତୀୟ ରେଡକ୍ରସ୍‌ ସୋସାଇଟି, ଓଡ଼ିଶା ଶାଖାର ଅବୈତନିକ ସଚିବ ସି.ଟି.ଏମ୍‌. ସୁଗୁଣା, ଅବୈତନିକ କୋଷାଧ୍ୟକ୍ଷା ମେଜର ଡ. କଳ୍ପନା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri