ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ‘ଜୀବନ ସଂଗ୍ରାମରେ ମାନସିକ ବିକାରଗସ୍ତ ଭଉଣୀଭାଇ, ପଡୋଶୀ ଦେଲେ ପେଟକୁ ଯାଏ ଦାନା’ ଶୀର୍ଷକ ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଉଭୟେ କାହିଁକି ସରକାରୀ ଯୋଜନାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ରହିଛନ୍ତି ତାହାର ତଦନ୍ତ ପାଇଁ ଜିଲାପାଳ ପୌର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୌର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଘଟଣାର ତନାଘନା ମଧ୍ୟ ଆରମ୍ଭ ହୋଇଛି। ଉଭୟଙ୍କ ନିକଟରେ ପୌର ଅଧିକାରୀ ପହଞ୍ଚିବା ସହ ପଡୋଶୀଙ୍କୁ ମଧ୍ୟ ପଚରାଉଚରା କରିଛନ୍ତି। ଦୁଇ ଦିନ ମଧ୍ୟରେ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ପୌରକର୍ତ୍ତୃପକ୍ଷ କହିଛନ୍ତି। ସେହିପରି ଉଭୟଙ୍କୁ ଚାଉଳ ସହ କିରୋସିନି ଓ ପନିପରିବା ମଧ୍ୟ ଯୋଗାଇ ଦିଆଯାଇଛି। ତଦନ୍ତ ସରିବା ପରେ ଉକ୍ତ ପରିବାର ସେମାନଙ୍କ ପାଇଁ ସ୍ଥାୟୀ ପ୍ରତିକାର କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


