କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ ପୋଡି ହୋଇଯାଇଛି। ଯୁବକ ଜଣକ ହେଲେ ସେହି ଗ୍ରାମର ଶିବ ପ୍ରସାଦ। ଗତ ଶନିବାର ରାତି ଶିବ ପ୍ରସାଦ ଖାଇ ସାରି ଘରଠାରୁ ଅଳ୍ପ ଦୂରରେ ଥିବା ଏକ ହୋମପାଇପ ଉପରେ ଶୋଇଥିଲେ। ଏହି ସମୟରେ କେହି ଜଣେ ଦୁର୍ବୃତ୍ତ ତାଙ୍କ ଉପରକୁ ଏସିଡ୍ ମାଡ କରିଥିଲୋ ଯନ୍ତ୍ରଣା ହେବାରୁ ସେ ଘରକୁ ଦୌଡି ଆସି ମାଆକୁ ଡାକିଥିଲେ। ତାଙ୍କ ମାଆ କବାଟ ଖୋଲିବା ପରେ ତାଙ୍କ ଦେହରେ ବହୁତ କଷ୍ଟ ହେଉଥିବାର ସେ କହିଥିଲେ। ଏହାପରେ ଶିବ ପ୍ରସାଦଙ୍କ ମାଆ ତାଙ୍କ ଦେହରୁ ଶର୍ଟ ଖୋଲିବା ପରେ ତାଙ୍କ ଦେହ ୫୦ ପ୍ରତିଶତ ପୋଡି ହୋଇ ଯାଇଥିବାର ଦେଖିବାକୁ ପାଇଥିଲେ। ତାଙ୍କ ଶରୀରରୁ ଏସିଡ ବାସ୍ନା ବାହାରୁ ଥିବାରୁ କେହି ଦୁର୍ବୃତ୍ତ ତାଙ୍କ ଉପରକୁ ଏସିଡ ମାଡ କରିଥିବାର ଜଣାପଡିଥିଲା। ଏହାପରେ ପରିବାର ଲୋକେ ତାଙ୍କୁ ଉଦଳା ଡାକ୍ତରଖାନା ଆଣି ପ୍ରାଥମିକ ଚିକିସତ୍ା ପରେ ଘରକୁ ନେଇ ଯାଇଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ସୋମବାର ପୁଣି ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମଧ୍ୟ ଏହା ଏସିଡ ମାଡ ବୋଲି ପ୍ରକାଶ କରିଛନ୍ତି। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ଉପରଙ୍କୁ ଏସିଡ ମାଡ ଘଟଣାକୁ ନେଇ ସର୍ବସାଧାରଣରେ ନିନ୍ଦା କରାଯାଇଛି ା ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ା
Posted inHome, Home Left, ଆମ ଜିଲା ଖବର, ମୟୂରଭଞ୍ଜ View All
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..
ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
Archives

