ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଏସିଡ୍‌ ମାଡ: ପୋଲିସର ତଦନ୍ତ ଆରମ୍ଭ

କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ ପୋଡି ହୋଇଯାଇଛି। ଯୁବକ ଜଣକ ହେଲେ ସେହି ଗ୍ରାମର ଶିବ ପ୍ରସାଦ। ଗତ ଶନିବାର ରାତି ଶିବ ପ୍ରସାଦ ଖାଇ ସାରି ଘରଠାରୁ ଅଳ୍ପ ଦୂରରେ ଥିବା ଏକ ହୋମପାଇପ ଉପରେ ଶୋଇଥିଲେ। ଏହି ସମୟରେ କେହି ଜଣେ ଦୁର୍ବୃତ୍ତ ତାଙ୍କ ଉପରକୁ ଏସିଡ୍‌ ମାଡ କରିଥିଲୋ ଯନ୍ତ୍ରଣା ହେବାରୁ ସେ ଘରକୁ ଦୌଡି ଆସି ମାଆକୁ ଡାକିଥିଲେ। ତାଙ୍କ ମାଆ କବାଟ ଖୋଲିବା ପରେ ତାଙ୍କ ଦେହରେ ବହୁତ କଷ୍ଟ ହେଉଥିବାର ସେ କହିଥିଲେ। ଏହାପରେ ଶିବ ପ୍ରସାଦଙ୍କ ମାଆ ତାଙ୍କ ଦେହରୁ ଶର୍ଟ ଖୋଲିବା ପରେ ତାଙ୍କ ଦେହ ୫୦ ପ୍ରତିଶତ ପୋଡି ହୋଇ ଯାଇଥିବାର ଦେଖିବାକୁ ପାଇଥିଲେ। ତାଙ୍କ ଶରୀରରୁ ଏସିଡ ବାସ୍ନା ବାହାରୁ ଥିବାରୁ କେହି ଦୁର୍ବୃତ୍ତ ତାଙ୍କ ଉପରକୁ ଏସିଡ ମାଡ କରିଥିବାର ଜଣାପଡିଥିଲା। ଏହାପରେ ପରିବାର ଲୋକେ ତାଙ୍କୁ ଉଦଳା ଡାକ୍ତରଖାନା ଆଣି ପ୍ରାଥମିକ ଚିକିସତ୍ା ପରେ ଘରକୁ ନେଇ ଯାଇଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ସୋମବାର ପୁଣି ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମଧ୍ୟ ଏହା ଏସିଡ ମାଡ ବୋଲି ପ୍ରକାଶ କରିଛନ୍ତି। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ଉପରଙ୍କୁ ଏସିଡ ମାଡ ଘଟଣାକୁ ନେଇ ସର୍ବସାଧାରଣରେ ନିନ୍ଦା କରାଯାଇଛି ା ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri