ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ ବିଷ୍ଣ ପ୍ରସାଦ ସାହୁଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ମିଳିଥିବା ସୂଚନା ଅନୁଯାୟୀ, ବୈଦେହୀ ଏବଂ ବିଷ୍ଣୁପ୍ରସାଦ ସୋମବାର ରାତିରେ ଖାଇସାରି ଗୋଟିଏ ଘରେ ଶୋଇଥିଲେ। ରାତି ପ୍ରାୟ ୩ଟା ବେଳେ ବିଷ୍ଣୁ ଘରୁ ବାହାରକୁ ପଳାଉଥିବା ଦେଖି ମା’ ଅଟକାଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ନିକଟରେ ପଡ଼ିଥିବା ଏକ ଠେଙ୍ଗାରେ ବିଷ୍ଣୁପ୍ରସାଦ ମା ବୈଦେହୀଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପାଟିତୁଣ୍ଡ ଶୁଣି ପାଖ ପଡ଼ୋଶୀ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରିବା ସହ ପୋଲିସକୁ ସୂଚନା ଦେଇଥିଲେ। ଥାନାଧିକାରୀ ପ୍ରମୋଦ କୁମାର ଲେଙ୍କା ସଦଳବଳ ପହଞ୍ଚତ୍ ତଦନ୍ତ କରିବା ସହ ଅଭିଯୁକ୍ତ ପୁଅକୁ ନିଜ ହେପାଜତକୁ ନେଇଥିଲେ।
ଏ ନେଇ ଥାନାଧିକାରୀ କୁହନ୍ତି, ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି। ତା’ଙ୍କ ମାନସିକ ଅବସ୍ଥାକୁ ଦେଖି ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri