ମାନସିକ ଶାନ୍ତି ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବ

ସୋନପୁର, ୧୦।୧୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସଭାଗୃହରେ ଉପସଭାପତି ଆଇନଜୀବୀ ଚନ୍ଦ୍ରମଣି ଦାଶଙ୍କ ପୌରୋହିତ୍ୟରେ ଏକ ପ୍ରବଚନ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍ଟ ଅଫ ଲିଭିଂର ଶିକ୍ଷକ ହିମାଂଶୁ କୁମାର ପଣ୍ଡା ଓ ମୁକୁନ୍ଦ ସାହୁ ଯୋଗଦାନ କରି ବରିଷ୍ଠ ନାଗରିକମାନଙ୍କ ଶେଷ ଜୀବନରେ ମାନସିକ ଶାନ୍ତି ମୁହଁରେ ହସ ଫୁଟାଇବ ବୋଲି କହିଥିଲେ। ବରିଷ୍ଠମାନେ ହସଖୁସିରେ ରହିବା ଆବଶ୍ୟକ। ପରିବାରର ମାନସିକ ଯନ୍ତ୍ରଣାରୁ ମୁକ୍ତି ସକାଶେ ଶାନ୍ତି ଅପରିହାର୍ଯ୍ୟ। ତେଣୁ ବରିଷ୍ଠ ନାଗରିକମାନେ ନିଜର ସମୟକୁ ଅପଚୟ ନକରି ସେବା କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆର୍ଟ ଅଫ ଲିଭିଂର କର୍ମକର୍ତ୍ତା ଆହ୍ବାନ ଦେଇଥିଲେ। ବରିଷ୍ଠ ନାଗରିକ ସମିତିର ସଦସ୍ୟ ଆଇନଜୀବୀ ବ୍ୟୋମକେଶ ଦାଶ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ସମିତି ସମ୍ପାଦକ ତଥା ଅଧ୍ୟାପକ ନାରାୟଣ ପ୍ରସାଦ ରାୟଗୁରୁ ସଂଘ ପକ୍ଷରୁ ବିଭିନ୍ନ ସମୟରେ କରାଯାଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ବର୍ଣ୍ଣନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri