Posted inଜାତୀୟ

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ ବୋଲି କହିଛନ୍ତି। କୋର୍ଟ ସେମାନଙ୍କୁ ଜାମିନ ମଞ୍ଜୁର କରିଛନ୍ତି। ତେବେ ସେମାନଙ୍କ ମାମଲାର ବିଚାର ଚାଲିବ ବୋଲି କହିଛନ୍ତି। ଫେବୃୟାରୀ ମାସରେ ଜାରି ସମନ ଅନୁଯାୟୀ ରାହୁଲ ଓ ୟେଚୁରୀ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମାଜଗାଓଁ-ସଓ୍ବେରୀ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର ହୋଇଥିଲେ। ସେମାନଙ୍କ ବୟାନ ରେକର୍ଡ କରାଯିବା ସହ ସାକ୍ଷ୍ୟପ୍ରମାଣ ସଂଗ୍ରହ କରାଯିବ ବୋଲି ଅଦାଲତ କହିଛନ୍ତି। ପ୍ରତ୍ୟେକଙ୍କୁ ୧୫୦୦୦ ଟଙ୍କା ଲେଖାଏଁ ସିଓରିଟି ବଣ୍ଡରେ କୋଟର୍ର୍ ଜାମିନ ପ୍ରଦାନ କରିଛନ୍ତି। ଖବରଦାତା ଗୌରୀ ଲଙ୍କେଶ ହତ୍ୟା ମାମଲାରେ ଆରଏସ୍‌ଏସ୍‌ ସମ୍ପୃକ୍ତ ବୋଲି ରାହୁଲ ଓ ୟେଚୁରୀ ଅଭିଯୋଗ ଆଣିଥିଲେ। ଆର୍‌ଏସ୍‌ଏସ୍‌ କାର୍ଯ୍ୟକର୍ତ୍ତା ଧ୍ରୁତିମାନ୍‌ ଜୋଷୀ ଉଭୟଙ୍କ ବିରୋଧରେ ମାନହାନି ମାମଲା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri