Posted inଜାତୀୟ

ମାନହାନି ମାମଲାରେ ରାହୁଲଙ୍କୁ ମିଳିଲା ଜାମିନ

ଅହମ୍ମଦାବାଦ,୧୨।୭: ମାନହାନିର ଆଉ ଏକ ମାମଲାରେ ଅହମ୍ମଦାବାଦ କୋର୍ଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ଅହମ୍ମଦାବାଦ ମେଟ୍ରୋପଲିଟାନ କୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି। ରାହୁଲଙ୍କ ବିରୋଧରେ ଅହମ୍ମଦାବାଦ ଡିଷ୍ଟ୍ରିକ୍ଟ କୋଅପରେଟିଭ ବ୍ୟାଙ୍କ(ଡିସିବି) ଅଧ୍ୟକ୍ଷ ଅଜୟ ପଟେଲ ମାନହାନି ମାମଲା ରୁଜୁ କରିଥିଲେ। ତେବେ ଶୁଣାଣି ସମୟରେ ମାଜିଷ୍ଟ୍ରେଟ ରାହୁଲଙ୍କୁ ନିଜ ଅପରାଧ ସ୍ବୀକାର କରୁଛ ବୋଲି ପ୍ରଶ୍ନ କରିଥିଲେ। ସେ ଏହାର ଉତ୍ତରରେ କିଛି କହି ନ ଥିଲେ। ଏହାପରେ ରାହୁଲ ଜାମିନ ପାଇଁ କରିଥିବା ଆବେଦନକୁ କୋର୍ଟ ସ୍ବୀକାର କରିଥିଲେ। ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ଓ କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜେୱାଲା ଅହମ୍ମଦାବାଦ କୋଅପରେଟିଭ ବ୍ୟାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିଲେ। ୨୦୧୬ ନଭେମ୍ବର ୮ ବିମୁଦ୍ରୀକରଣ ଘୋଷଣା ହେବା ପୂର୍ବରୁ ଉକ୍ତ ବ୍ୟାଙ୍କ ୭୪୫.୫୯ କୋଟି ଟଙ୍କାର ଅଦଳ ବଦଳ କରିଥିବା ସେ କହିଥିଲେ। ଏହି ବ୍ୟାଙ୍କର ଅନ୍ୟତମ ନିର୍ଦ୍ଦେଶକ ହେଉଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri