କୋରୁକୋଣ୍ଡା,୩୦ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍ଡାଉନ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ାକଡ଼ି କରି ଯାଞ୍ଚ କରାଯାଉଛି। ତଥାପି ଲେକେ ବିନା ପାସ୍ରେ ଗୋଟିଏ ଜିଲାରୁ ଅନ୍ୟ ଜିଲାରେ ପ୍ରବେଶ କରୁଛନ୍ତି। ବୁଧବାର ମାଲକାନଗିରି ଜିଲା ବାଲିମେଳା ଏନ୍ଏସି ଅଞ୍ଚଳରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ବିନା ପାସ୍ରେ ଜଣେ ଯୁବକ ସୁଦୂର ବାଲେଶରରୁ ଆସି ମାଲକାନଗିରି ଜିଲା ବାଲିମେଳାରେ ପହଞ୍ଚତ୍ଛନ୍ତି। ଖବର ପାଇ ସ୍ଥାନୀୟ ପ୍ରଶାସନ ତାଙ୍କୁ ଆଣି ସଙ୍ଗରୋଧରେ ରଖିଛି। ଏହି ଯୁବକ ଜଣକ ବାଲିମେଳା ଏନ୍ଏସି ଅଧୀନ ୭ ନମ୍ବର ୱାର୍ଡର ଜଣେ ଶିକ୍ଷକଙ୍କ ଜ୍ୱାଇଁ ବୋଲି ଜଣାପଡ଼ିଛି। ଲକ୍ଡାଉନ ଘୋଷଣା ପୂର୍ବରୁ ସେ ନାଇଜେରିଆରୁ ନିଜ ଘର ବାଲେଶ୍ୱର ଫେରିଥିଲେ। ତେବେ ଲକ୍ଡାଉନକୁ ଖାତିର୍ ନ କରି ସେ ଏବେ ଶ୍ୱଶୁର ଘର ମାଲକାନଗିରି ଜିଲାକୁ ଆସିଛନ୍ତି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ବାଲେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ଏହି ବ୍ୟକ୍ତି ବିନା ପାସ୍ରେ ଏଭଳି ଆସିବା ଏବେ ଅଞ୍ଚଳ ତଥା ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ତେବେ ସେ ଶଶୁର ଘରକୁ ଯାଇ ସେଠାରେ ସମସ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ଶ୍ୱଶୁର ଘର ଲୋକଙ୍କୁ ମଧ୍ୟ ସଙ୍ଗରୋଧରେ ରଖିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
Archives


