Posted inଜାତୀୟ

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର ମାନେସାରସ୍ଥିତ ଗ୍ରାଣ୍ଡ ଆଇଟିସି ହୋଟେଲକୁ ନେଇଯାଇଛି। ଦିଲ୍ଲୀଠାରୁ ପାଖାପାଖି ୫୦ କିମି ଦୂରରେ ଅବସ୍ଥିତ ଏହି ପଞ୍ଚତାରକା ହୋଟେଲରେ ବିଧାୟକମାନଙ୍କ ସହ ଭାଜପାର କେତେଜଣ ବରିଷ୍ଠ ନେତା ରହିଛନ୍ତି। ଉକ୍ତ ହୋଟେଲ ମଧ୍ୟକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। କଂଗ୍ରେସରୁ ନିଖୋଜ ଥିବା ୩ ବିଧାୟକ ସେଠାରେ ଭାଜପା ସଦସ୍ୟମାନଙ୍କ ସହ ରହିଥିବା ଜଣାପଡିଛି। ବରିଷ୍ଠ ଭାଜପା ନେତା କୈଳାସ ବିଜୟଭର୍ଗୀୟ, ହରିୟାଣା ଭାଜପା ପ୍ରଭାରୀ ଅନିଲ ଜୈନ ପ୍ରମୁଖ ସେଠାରେ ବିଧାୟକମାନଙ୍କୁ ଭେଟିଛନ୍ତି। ଭାଜପା ସହ ଥିବା ୧୦୬ ବିଧାୟକ ସ୍ବତନ୍ତ୍ର ବିମାନ ଯୋଗେ ମାନେସାରରେ ପହଞ୍ଚତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri