Posted inଜାତୀୟ

ମାନ୍ଦାବସ୍ଥାକୁ ନେଇ ଭାଜପା ଉପରେ ବର୍ଷିଲେ ସୋନିଆ:ଜନାଦେଶର ଦୁରୁପଯୋଗ ବିପଜ୍ଜନକ

ନୂଆଦିଲ୍ଲୀ,୧୩-୯(ପି.ଟି.):ଦେଶରେ ଗୁରୁତର ଆର୍ଥିକ ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନାଦେଶକୁ ଭାଜପା ସରକାର ବିପଜ୍ଜନକ ଭାବେ ଦୁରୁପଯୋଗ କରୁଥିବା ସେ ଅଭିଯୋଗ କରିଛନ୍ତି। ସରକାରଙ୍କ ଆର୍ଥତ୍କ ନୀତି ବିରୋଧରେ ଅକ୍ଟୋବର ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ଘୋଷଣା କରିଛି। ସୋନିଆଙ୍କ ଅଧ୍ୟକ୍ଷତାରେ ଏଆଇସିସି ମୁଖ୍ୟାଳୟରେ ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି। ଦଳୀୟ ନେତାମାନଙ୍କୁ ଉଦ୍‌ବୋଧନ ଦେଇ ସୋନିଆ କହିଥିଲେ, କଂଗ୍ରେସର ସଂକଳ୍ପ ଓ ନମନୀୟତାର ପରୀକ୍ଷା କରୁଛି ଭାଜପା ସରକାର। ଏହାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇ ଭାଜପାର ଅସଲ ମୁଖା ଖୋଲିବାକୁ ହେବ ବୋଲି କଂଗ୍ରେସ ଅଧ୍ୟକ୍ଷା ଦଳୀୟ ନେତାମାନଙ୍କୁ ପରାମର୍ଶ ଦେଇଥିଲେ।
ନରେନ୍ଦ୍ର ମୋଦି ସରକାରରେ ଗଣତନ୍ତ୍ର ବିପଦରେ ବୋଲି ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଲାଗି ଯୋଜନା ଚୂଡ଼ାନ୍ତ କରିବା ଲାଗି ଅନୁଷ୍ଠିତ ବୈଠକରେ ସୋନିଆ କହିଛନ୍ତି। ବୈଠକରେ ସାରାଦେଶରୁ ଦଳର ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରେ ଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଏଆଇସିସି ସାଧାରଣ ସମ୍ପାଦକ, ବିଭିନ୍ନ ରାଜ୍ୟର ପ୍ରଭାରୀ, କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ। ତେବେ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୈଠକରେ ଉପସ୍ଥିତ ନ ଥିଲେ।
ଦେଶ ଏବେ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାବେଳେ ଜନସାଧାରଣଙ୍କ ଦୃଷ୍ଟି ଏଡାଇବା ପାଇଁ ମୋଦି ସରକାର ଅଭୂତପୂର୍ବ ପ୍ରତିଶୋଧମୂଳକ ରାଜନୀତି କରୁଛନ୍ତି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନାତ୍ମକ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବାକୁ ସୋନିଆ ନିର୍ଦ୍ଦେଶ ଦେଇଥିଲେ। ଗୁରୁତର ମାନ୍ଦାବସ୍ଥା ସମ୍ପର୍କରେ ମନମୋହନ ସିଂ ଉଦ୍‌ବୋଧନ ଦେଇଥିଲେ। ଆର୍ଥତ୍କ ମାନ୍ଦାବସ୍ଥା ସମ୍ପର୍କରେ ଲୋକଙ୍କୁ ଜଣାଇବା ପାଇଁ ସେପ୍ଟେମ୍ବର ୨୦ରୁ ୩୦ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ପ୍ରଦେଶ କଂଗ୍ରେସ କମିଟି ପ୍ରତିନିଧିମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ଦଳୀୟ ମୁଖପାତ୍ର ଆର୍‌.ପି.ଏନ୍‌. ସିଂ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ବ୍ୟତୀତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଅକ୍ଟୋବର ୨ରୁ ୯ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ପଦଯାତ୍ରା କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri