ମାନ୍ଦାବସ୍ଥା ଦୂର ପାଇଁ ବିଭିନ୍ନ କ୍ଷେତ୍ରକୁ ଫୋକସ୍‌: ସୀତାରାମନ୍‌

ନୂଆଦିଲ୍ଲୀ,୧୧-୧୦: ଦେଶରେ ଲାଗି ରହିଥିବା ମାନ୍ଦାବସ୍ଥା ବିରୋଧରେ ଲଢିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କ୍ଷେତ୍ରକୁ ନଜରରେ ରଖି ସମାଧାନ ପ୍ରଦାନ ବ୍ୟବସ୍ଥା କରାଯାଉଥିବା ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଅର୍ଥନୈତିକ ମାନ୍ଦାବସ୍ଥାରେ ଦେଶ ଛନ୍ଦି ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସରକାର ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବା ଦିଗରେ କାର୍ଯ୍ୟ କରୁଛନ୍ତି। କର୍ପୋରେଟ ଟିକସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜକୋଷକୁ ବୃହତ୍ତ ପରିମାଣର ରାଜସ୍ବ କ୍ଷତି ହେଉଥିଲେ ମଧ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏହାବାଦ ରପ୍ତାନିରେ ଉନ୍ନତୀକରଣ, ଋଣ ପ୍ରଦାନ ବୃଦ୍ଧି, ବ୍ୟାଙ୍କ ପୁଞ୍ଜୀକରଣ, ଭେଣ୍ଡରଙ୍କ ଲାଗି ଦେୟ ଶୀଘ୍ର ପ୍ରଦାନ ଭଳି କାର୍ଯ୍ୟକୁ ସରକାର ପ୍ରାଥମିକତା ସହ କରିଥିବା ସୀତାରାମନ ସ୍ପଷ୍ଟ କରିଛନ୍ତି। ବିଭିନ୍ନ କ୍ଷେତ୍ରର ଆବଶ୍ୟକତାକୁ ବିଚାର କରି ସରକାର ସହାୟତା କରିଥିବା ସେ ମତ ଦେଇଛନ୍ତି।
ସେହିଭଳି ସୀତାରାମନ୍‌ ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କ ଜମାକାରୀଙ୍କ ସହ ଆଲୋଚନା କରିଛନ୍ତି। ଠକେଇରେ କ୍ଷତିଗ୍ରସ୍ତ ପିଏମ୍‌ସିର ପରିଚାଳନା ଦିଗରେ ରିଜର୍ଭ ବ୍ୟାଙ୍କ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବେଳେ ଘଟଣା ଉପରେ ନଜର ରଖାଯାଇଥିବା ସେ ଜମାକାରୀଙ୍କୁ କହିଛନ୍ତି। ଜମାକାରୀ ଗୁରୁବାର ଭାଜପାର ମୁମ୍ବାଇ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ କରିଥିଲେ। ଏହି ଘଟଣା ଉପରେ ଗଣମାଧ୍ୟମକୁ ସୂଚନା ଦେଇ ସୀତାରାମନ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଅର୍ଥ ମନ୍ତ୍ରଣାଳୟ ପ୍ରତ୍ୟକ୍ଷ କିଛି କରିପାରିବ ନାହିଁ। କାରଣ କୋଅପରେଟିଭ ବ୍ୟାଙ୍କଗୁଡିକର ନିୟାମକ ଭାବେ ରିଜର୍ଭ ବ୍ୟାଙ୍କ କାର୍ଯ୍ୟ କରୁଛି। ସେ ଏହି ପ୍ରସଙ୍ଗରେ ରିଜର୍ଭ ବ୍ୟାଙ୍କ ଗଭର୍ନରଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କକୁ ଅଧିକ ଶକ୍ତିଶାଳୀ କରିବା ଦିଗରେ ବର୍ତ୍ତମାନ ବିଚାର କରାଯାଉଛି। ଅପରପକ୍ଷରେ ପିଏମ୍‌ସି ଘଟଣା ଉପରେ ବିଚାର କରିବା ଲାଗି ଗ୍ରାମୀଣ ବିକାଶ ଏବଂ ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟକୁ ମଧ୍ୟ କୁହାଯାଇଛି। ଏହାବାଦ କେନ୍ଦ୍ରୀୟ ବ୍ୟାଙ୍କର ପ୍ରତିନିଧିମାନେ ମଧ୍ୟ ଏଦିଗରେ କାର୍ଯ୍ୟ କରୁଥିବା ସୀତାରାମନ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri