ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ ତଥା ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ଋଣ ପ୍ରଦାନ ପାଇଁ ସାରା ଦେଶର ୪୦୦ ଜିଲାରେ ହେବାକୁ ଥିବା ଋଣ ମେଳାରେ ଯୋଗଦେବେ। ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ସୀତାରାମନ୍‌ କହିଛନ୍ତି ଯେ, ବ୍ୟାଙ୍କ ନିକଟରେ ଅର୍ଥର ଅଭାବ ନାହିଁ। ନଗଦ ସଙ୍କଟ ନେଇ ଆଲୋଚନା ହୋଇନାହିଁ। ସେ କହିଛନ୍ତି ଯେ, ଗ୍ରାମାଞ୍ଚଳରେ ଋଣର ବ୍ୟାପକ ଚାହିଦା ରହିଛି। ଦେଶରେ ନଗଦ ସଙ୍କଟ ଦୂର କରିବା ଲାଗି ସରକାର ବ୍ୟାଙ୍କଗୁଡ଼ିକୁ ଋଣ ପ୍ରଦାନ ପାଇଁ ପ୍ରବର୍ତ୍ତାଉଛନ୍ତି। ନଗଦ ସଙ୍କଟ କାରଣରୁ ବ୍ୟବସାୟ ଓ ଚାହିଦା ପ୍ରଭାବିତ ହେଉଛି। ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ଆବର୍ତ୍ତନୀୟ ବୋଲି ଉଲ୍ଲେଖ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଲୋକେ ଏବେ ଗାଡ଼ି କିଣିବାରୁ ବିମୁଖ ହୋଇଥିବାରୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଦେଖାଦେଇଛି। ସେ କହିଛନ୍ତି ଯେ, ପାର୍ବଣ ଋତୁରେ ଅଧିକ ପରିମାଣରେ ଋଣ ବିତରଣ ଓ ବ୍ୟାଙ୍କରୁ ନଗଦ ପ୍ରବାହକୁ ଏନ୍‌ବିଏଫ୍‌ସି ତଥା ଗ୍ରାହକଙ୍କ ପର୍ଯ୍ୟନ୍ତ ପହଞ୍ଚାଇବା ଲାଗି ପ୍ରୟାସ ଚାଲିଛି। ଶସ୍ତା ହାଉସିଂ ସ୍କିମ୍‌ ପାଇଁ ଋଣ ଚାହିଦା ବଢ଼ିଛି। ଋଣକୁ ୪୫ ଲକ୍ଷରୁ ୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ଲାଗି ବ୍ୟାଙ୍କଗୁଡ଼ିକ ଦାବି କରୁଛନ୍ତି। ସେବା କ୍ଷେତ୍ରରେ ଋଣ ଚାହିଦା ବଢ଼ିବାରେ ଲାଗିଛି। କ୍ଷୁଦ୍ର ଋଣଗ୍ରହୀତାଙ୍କ ଚାହିଦା ବୃଦ୍ଧି କାରଣରୁ ଅର୍ଥନୀତି ବିକାଶ ହେଉଥିବା ଅନୁଭୂତ ହେଉଛି। ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ତେବେ ଏହାକୁ ବୃଦ୍ଧି କରାଯିବ ବୋଲି ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri