ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ ତଥା ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ଋଣ ପ୍ରଦାନ ପାଇଁ ସାରା ଦେଶର ୪୦୦ ଜିଲାରେ ହେବାକୁ ଥିବା ଋଣ ମେଳାରେ ଯୋଗଦେବେ। ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ସୀତାରାମନ୍‌ କହିଛନ୍ତି ଯେ, ବ୍ୟାଙ୍କ ନିକଟରେ ଅର୍ଥର ଅଭାବ ନାହିଁ। ନଗଦ ସଙ୍କଟ ନେଇ ଆଲୋଚନା ହୋଇନାହିଁ। ସେ କହିଛନ୍ତି ଯେ, ଗ୍ରାମାଞ୍ଚଳରେ ଋଣର ବ୍ୟାପକ ଚାହିଦା ରହିଛି। ଦେଶରେ ନଗଦ ସଙ୍କଟ ଦୂର କରିବା ଲାଗି ସରକାର ବ୍ୟାଙ୍କଗୁଡ଼ିକୁ ଋଣ ପ୍ରଦାନ ପାଇଁ ପ୍ରବର୍ତ୍ତାଉଛନ୍ତି। ନଗଦ ସଙ୍କଟ କାରଣରୁ ବ୍ୟବସାୟ ଓ ଚାହିଦା ପ୍ରଭାବିତ ହେଉଛି। ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ଆବର୍ତ୍ତନୀୟ ବୋଲି ଉଲ୍ଲେଖ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଲୋକେ ଏବେ ଗାଡ଼ି କିଣିବାରୁ ବିମୁଖ ହୋଇଥିବାରୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଦେଖାଦେଇଛି। ସେ କହିଛନ୍ତି ଯେ, ପାର୍ବଣ ଋତୁରେ ଅଧିକ ପରିମାଣରେ ଋଣ ବିତରଣ ଓ ବ୍ୟାଙ୍କରୁ ନଗଦ ପ୍ରବାହକୁ ଏନ୍‌ବିଏଫ୍‌ସି ତଥା ଗ୍ରାହକଙ୍କ ପର୍ଯ୍ୟନ୍ତ ପହଞ୍ଚାଇବା ଲାଗି ପ୍ରୟାସ ଚାଲିଛି। ଶସ୍ତା ହାଉସିଂ ସ୍କିମ୍‌ ପାଇଁ ଋଣ ଚାହିଦା ବଢ଼ିଛି। ଋଣକୁ ୪୫ ଲକ୍ଷରୁ ୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ଲାଗି ବ୍ୟାଙ୍କଗୁଡ଼ିକ ଦାବି କରୁଛନ୍ତି। ସେବା କ୍ଷେତ୍ରରେ ଋଣ ଚାହିଦା ବଢ଼ିବାରେ ଲାଗିଛି। କ୍ଷୁଦ୍ର ଋଣଗ୍ରହୀତାଙ୍କ ଚାହିଦା ବୃଦ୍ଧି କାରଣରୁ ଅର୍ଥନୀତି ବିକାଶ ହେଉଥିବା ଅନୁଭୂତ ହେଉଛି। ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ତେବେ ଏହାକୁ ବୃଦ୍ଧି କରାଯିବ ବୋଲି ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri