ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ପ୍ରମୁଖ କାରଣ: ବିବେକ ଦେବରୟ

ନୂଆଦିଲ୍ଲୀ,୧୨-୧୦: ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବା ପରେ ଜିଡିପି ଅଭିବୃଦ୍ଧି କେତେ ପ୍ରତିଶତ ପ୍ରଭାବିତ ହୋଇଛି ତାହା ପରିସଂଖ୍ୟାନଗତ ଭାବେ କହିବା କଷ୍ଟକର ବ୍ୟାପାର। ମାତ୍ର ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ଏକ ପ୍ରମୁଖ କାରଣ ବୋଲି ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି ଅଧ୍ୟକ୍ଷ ବିବେକ ଦେବରୟ ଶୁକ୍ରବାର କହିଛନ୍ତି। ଏଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି। ଜିଏସ୍‌ଟି ମାନ୍ଦାବସ୍ଥାର ଏକ ପ୍ରମୁଖ କାରଣ ଏବଂ ଏଥିରେ କୌଣସି ସନ୍ଦେହ ନାହିଁ। ଜିଏସ୍‌ଟି ହ୍ରାସ ସହ ଏ ପ୍ରସଙ୍ଗ ଉପରେ ପୁଣି ଥରେ ଚିନ୍ତା କରିବାର ଏହା ଏକ ଠିକ୍‌ ସମୟ। ପରୋକ୍ଷ ଟିକସ ବ୍ୟବସ୍ଥାରେ ଛାଡ ବ୍ୟବସ୍ଥାକୁ ବାଦ ଦିଆଯିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି।
ଏଭଳି ପଦକ୍ଷେପ ସରକାରଙ୍କ ଲାଗି ବିପଦ ହେବ କି ବୋଲି ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବର୍ତ୍ତମାନ ଜିଏସ୍‌ଟି ସଂଗ୍ରହ ୧୯ ମାସର ନିମ୍ନ ସ୍ତରରେ ରହିଛି। ଏଣୁ ଏଭଳି ସ୍ଥିତିରେ ସରକାର ଏସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗକୁ ବିଚାର କରିବା ଆବଶ୍ୟକ। ଅପରପକ୍ଷରେ ଜିଏସ୍‌ଟି ଯେଉଁ ଭଳି ଭାବେ କାର୍ଯ୍ୟକାରୀ କରାଗଲା ତାହା ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଆସିବାର ପ୍ରମୁଖ କାରଣ ବୋଲି ଦେବରୟ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ଆର୍ଥତ୍କ ବର୍ଷ ଲାଗି ସରକାର ବଜେଟରେ ଧାର୍ଯ୍ୟ କରିଥିବା ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବାକୁ ସକ୍ଷମ ନ ହେବା ଭଳି ପ୍ରତୀୟମାନେ ହେଉଛି। ସେହିଭଳି ସରକାର ବ୍ୟକ୍ତିଗତ ଆୟକର ହାରରେ ମଧ୍ୟ ହ୍ରାସ କରିବା ନେଇ ଯୋଜନା ରହିଛି। ବଜେଟରେ ଆକଳନ ହୋଇଥିବା ଅଭିବୃଦ୍ଧି ହାର ହାସଲ ସମ୍ଭବ ହେଉ ନ ଥିବାରୁ ବିତ୍ତୀୟ ନିଅଣ୍ଟ ବଢିବା ନେଇ ସେ ଆକଳନ କରିଛନ୍ତି। ଆୟକରରେ ହ୍ରାସ ସମ୍ଭାବନା ନେଇ ସେ ମତ ରଖିଥିବା ବେଳେ କେବେ ଏହା ହେବ ସେ ନେଇ କିଛି ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri