ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ପ୍ରମୁଖ କାରଣ: ବିବେକ ଦେବରୟ

ନୂଆଦିଲ୍ଲୀ,୧୨-୧୦: ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବା ପରେ ଜିଡିପି ଅଭିବୃଦ୍ଧି କେତେ ପ୍ରତିଶତ ପ୍ରଭାବିତ ହୋଇଛି ତାହା ପରିସଂଖ୍ୟାନଗତ ଭାବେ କହିବା କଷ୍ଟକର ବ୍ୟାପାର। ମାତ୍ର ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ଏକ ପ୍ରମୁଖ କାରଣ ବୋଲି ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି ଅଧ୍ୟକ୍ଷ ବିବେକ ଦେବରୟ ଶୁକ୍ରବାର କହିଛନ୍ତି। ଏଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି। ଜିଏସ୍‌ଟି ମାନ୍ଦାବସ୍ଥାର ଏକ ପ୍ରମୁଖ କାରଣ ଏବଂ ଏଥିରେ କୌଣସି ସନ୍ଦେହ ନାହିଁ। ଜିଏସ୍‌ଟି ହ୍ରାସ ସହ ଏ ପ୍ରସଙ୍ଗ ଉପରେ ପୁଣି ଥରେ ଚିନ୍ତା କରିବାର ଏହା ଏକ ଠିକ୍‌ ସମୟ। ପରୋକ୍ଷ ଟିକସ ବ୍ୟବସ୍ଥାରେ ଛାଡ ବ୍ୟବସ୍ଥାକୁ ବାଦ ଦିଆଯିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି।
ଏଭଳି ପଦକ୍ଷେପ ସରକାରଙ୍କ ଲାଗି ବିପଦ ହେବ କି ବୋଲି ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବର୍ତ୍ତମାନ ଜିଏସ୍‌ଟି ସଂଗ୍ରହ ୧୯ ମାସର ନିମ୍ନ ସ୍ତରରେ ରହିଛି। ଏଣୁ ଏଭଳି ସ୍ଥିତିରେ ସରକାର ଏସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗକୁ ବିଚାର କରିବା ଆବଶ୍ୟକ। ଅପରପକ୍ଷରେ ଜିଏସ୍‌ଟି ଯେଉଁ ଭଳି ଭାବେ କାର୍ଯ୍ୟକାରୀ କରାଗଲା ତାହା ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଆସିବାର ପ୍ରମୁଖ କାରଣ ବୋଲି ଦେବରୟ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ଆର୍ଥତ୍କ ବର୍ଷ ଲାଗି ସରକାର ବଜେଟରେ ଧାର୍ଯ୍ୟ କରିଥିବା ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବାକୁ ସକ୍ଷମ ନ ହେବା ଭଳି ପ୍ରତୀୟମାନେ ହେଉଛି। ସେହିଭଳି ସରକାର ବ୍ୟକ୍ତିଗତ ଆୟକର ହାରରେ ମଧ୍ୟ ହ୍ରାସ କରିବା ନେଇ ଯୋଜନା ରହିଛି। ବଜେଟରେ ଆକଳନ ହୋଇଥିବା ଅଭିବୃଦ୍ଧି ହାର ହାସଲ ସମ୍ଭବ ହେଉ ନ ଥିବାରୁ ବିତ୍ତୀୟ ନିଅଣ୍ଟ ବଢିବା ନେଇ ସେ ଆକଳନ କରିଛନ୍ତି। ଆୟକରରେ ହ୍ରାସ ସମ୍ଭାବନା ନେଇ ସେ ମତ ରଖିଥିବା ବେଳେ କେବେ ଏହା ହେବ ସେ ନେଇ କିଛି ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri