ମାନ୍ଦା ଅର୍ଥନୀତି:ରାଜସ୍ବ ବୃଦ୍ଧି ଉପରେ ଅର୍ଥମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ଜାତୀୟସ୍ତରରେ ଅର୍ଥନୈତିକ ଅବସ୍ଥା ଭଲ ନାହିଁ। ଏହାର ପ୍ରଭାବ ରାଜ୍ୟଗୁଡିକ ଅର୍ଥନୀତି ଉପରେ ପଡ଼ିବାର ଆଶଙ୍କା କରାଯାଉଛି। ତେଣୁ ରାଜ୍ୟ ଏହାକୁ କିପରି ମୁକାବିଲା କରିବ, ସେନେଇ ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଜାତୀୟସ୍ତର ଅର୍ଥନୈତିକ ପରିସ୍ଥିତି ଉପରେ ନଜର ରହିଛି। ବିଭିନ୍ନ ସୂତ୍ରରୁ ଯେପରି ରାଜସ୍ବ ବୃଦ୍ଧି ହୋଇପାରିବ ସେ ଦିଗରେ ଗୁରୁତ୍ୱ ଦିଆଯାଉଛି। ସେହିପରି ବଜେଟ୍‌ ଖର୍ଚ୍ଚ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି, ଏହା ଦ୍ୱାରା ଅର୍ଥନୀତିର ମାନ୍ଦାବସ୍ଥା ଜନସାଧାରଣଙ୍କୁ ପ୍ରଭାବିତ କରିବ ନାହିଁ। ପ୍ରତିଦିନ ବଜାର ଉପରେ ନଜର ରଖାଯାଉଛି, ଯେ କୌଣସି ପରିସ୍ଥିତିକୁ ମୁକାବିଲା କରିବାକୁ ପଦକ୍ଷେପ ନିଆଯିବ ବୋଲି ନିରଞ୍ଜନ କହିଛନ୍ତି। ଅପରପକ୍ଷରେ ଜୁଲାଇ ସୁଦ୍ଧା ଖର୍ଚ୍ଚ ହୋଇଥିବା ବଜେଟ୍‌ ହାର ଗତବର୍ଷ ଏହି ସମୟ ଅପେକ୍ଷା ୨.୮୯ ପ୍ରତିଶତ ରହିଛି। ଭିତ୍ତିଭୂମିରେ ଖର୍ଚ୍ଚର ପରିମାଣ ୮୪ ପ୍ରତିଶତ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୪୩ ପ୍ରତିଶତ କମ୍‌ ଖର୍ଚ୍ଚ ହୋଇଛି। ସାମାଜିକ କ୍ଷେତ୍ରରେ ୨୬୯୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି, ଯାହା ଗତବର୍ଷ ୬୭୫୨ କୋଟି ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

୧୯ରେ ସିଜିଏଲ୍‌ ପରୀକ୍ଷା: ଡାଉନ୍‌ଲୋଡ୍‌ ହେଉନି ଆଡ୍‌ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ପରିଚାଳିତ କମ୍ବାଇନ୍‌ଡ ଗ୍ରାଜୁଏଟ୍‌ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ…

ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍‌ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri