ମାନ୍ଦା ଅର୍ଥନୀତି:ରାଜସ୍ବ ବୃଦ୍ଧି ଉପରେ ଅର୍ଥମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ଜାତୀୟସ୍ତରରେ ଅର୍ଥନୈତିକ ଅବସ୍ଥା ଭଲ ନାହିଁ। ଏହାର ପ୍ରଭାବ ରାଜ୍ୟଗୁଡିକ ଅର୍ଥନୀତି ଉପରେ ପଡ଼ିବାର ଆଶଙ୍କା କରାଯାଉଛି। ତେଣୁ ରାଜ୍ୟ ଏହାକୁ କିପରି ମୁକାବିଲା କରିବ, ସେନେଇ ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଜାତୀୟସ୍ତର ଅର୍ଥନୈତିକ ପରିସ୍ଥିତି ଉପରେ ନଜର ରହିଛି। ବିଭିନ୍ନ ସୂତ୍ରରୁ ଯେପରି ରାଜସ୍ବ ବୃଦ୍ଧି ହୋଇପାରିବ ସେ ଦିଗରେ ଗୁରୁତ୍ୱ ଦିଆଯାଉଛି। ସେହିପରି ବଜେଟ୍‌ ଖର୍ଚ୍ଚ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି, ଏହା ଦ୍ୱାରା ଅର୍ଥନୀତିର ମାନ୍ଦାବସ୍ଥା ଜନସାଧାରଣଙ୍କୁ ପ୍ରଭାବିତ କରିବ ନାହିଁ। ପ୍ରତିଦିନ ବଜାର ଉପରେ ନଜର ରଖାଯାଉଛି, ଯେ କୌଣସି ପରିସ୍ଥିତିକୁ ମୁକାବିଲା କରିବାକୁ ପଦକ୍ଷେପ ନିଆଯିବ ବୋଲି ନିରଞ୍ଜନ କହିଛନ୍ତି। ଅପରପକ୍ଷରେ ଜୁଲାଇ ସୁଦ୍ଧା ଖର୍ଚ୍ଚ ହୋଇଥିବା ବଜେଟ୍‌ ହାର ଗତବର୍ଷ ଏହି ସମୟ ଅପେକ୍ଷା ୨.୮୯ ପ୍ରତିଶତ ରହିଛି। ଭିତ୍ତିଭୂମିରେ ଖର୍ଚ୍ଚର ପରିମାଣ ୮୪ ପ୍ରତିଶତ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୪୩ ପ୍ରତିଶତ କମ୍‌ ଖର୍ଚ୍ଚ ହୋଇଛି। ସାମାଜିକ କ୍ଷେତ୍ରରେ ୨୬୯୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି, ଯାହା ଗତବର୍ଷ ୬୭୫୨ କୋଟି ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri