ମାଫିଆଙ୍କ କବ୍‌ଜାରେ ନଦୀବନ୍ଧ: ଚାଲିଛି ବେଆଇନ ବାଲି ଓ ମାଟି ଉଠାଣ

ବିଞ୍ଝାରପୁର, ୨ା୬(ଡି.ଏନ.ଏ)- ସରକାର ନଦୀବନ୍ଧ ଉନ୍ନତିକରଣରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ବିିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ନଦୀବନ୍ଧରୁ ବେଆଇନଭାବେ ମାଟି ଓ ବାଲି ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ଏହାର ଏକ ଜ୍ୱଳନ୍ତ ଉଦାହରଣ ବିଞ୍ଝାରପୁର ତହସିଲ ଅଞ୍ଚଳରେ ଦେଖିବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳର କେତେଜଣ ଇଟା ଓ ବାଲି ମାଫିଆ ଖରସ୍ରୋତା ନଦୀବନ୍ଧ ସଂଲଗ୍ନ ଜମିରୁ ବେଆଇନଭାବେ ମାଟି ଓ ବାଲି ଖୋଳି ନେଉଛନ୍ତି। ଏପରିକି ନଦୀବନ୍ଧରେ ଭାଟି କରି ବ୍ୟବସାୟ କରୁଥିବା ଜଣାପଡିଛି। ଫଳରେ ଦିନକୁ ଦିନ ନଦୀବନ୍ଧ ଦୁର୍ବଳ ହେବାରେ ଲାଗିଛି। ଏଥିସହ ରାଜସ୍ବ ମଧ୍ୟ ହାନୀ ହେଉଛି। ଏ ଦିଗରେ ତହସିଲ ବିଭାଗର ନୀରବତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଖରସ୍ରୋତା ନଦୀ ବିଞ୍ଝାରପୁର ଅଞ୍ଚଳର ଜୀବନରେଖା କହିଲେ ଅତ୍ୟୁକ୍ତି ହେବ ନାହିଁ। ହେଲେ ଏହି ନଦୀବନ୍ଧ ଏବେ ମାଟି ଓ ବାଲି ମାଫିଆଙ୍କ କବଜାରେ ରହିଛି। ଏହି ମାଫିଆମାନେ ଦୈନନ୍ଦୀନ ନଦୀବନ୍ଧ ସଂଲଗ୍ନରୁ ମାଟି ଓ ବାଲି ତାଡି ନେଉଛନ୍ତି। ମାଟି ମାଫିଆମାନେ ନିୟମକୁ ବେଖାତିର କରି ନଦୀବନ୍ଧ ନିକଟରେ ଇଟାଭାଟି କରି ବ୍ୟବସାୟ କରୁଛନ୍ତି। ଏ ଦିଗରେ ତହସିଲ ବିଭାଗ ପକ୍ଷରୁ ସେଭଳି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏପରି ହେଉଥିବା କୁହାଯାଉଛି। ଅପରପକ୍ଷେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ନଦୀବନ୍ଧ ନିକଟରେ ଇଟାଭାଟି କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଅତ୍ୟଧିକ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି । ପ୍ରଶାସନକୁ ପ୍ରଭାବିତ କରି କେତେଜଣ ମୁଷ୍ଟିମେୟ ବ୍ୟକ୍ତି ବେଧଡ଼କ ଇଟାପକାଇ ମାଲାମାଲ ହେଉଥିବା ଜଣାପଡିଛି। ନଦୀ ବନ୍ଧରୁ ମାଟି ଓ ବାଲି ଖୋଳା ଯାଉଥିବାରୁ ବନ୍ଧ ଦୁର୍ବଳ ହେବାରେ ଲାଗିଛି। ଏଭଳିସ୍ଥିତିରେ ଆଗକୁ ବର୍ଷା ଋତୁ ଆସଥିବାରୁ ଦୁର୍ବଳନଦୀ ବନ୍ଧକୁ ନେଇ ପାଖପାଖ ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି। ଏ ନେଇ ବିଞ୍ଜାରପୁର ତହସିଲଦାର ମୀନତି ଜଗଦେବଙ୍କୁ ପଚାରିବାରୁ, ଏ ବିଷୟରେ ଅଭିଯୋଗ ହୋଇଛି। ଖୁବ୍‌ଶୀଘ୍ର ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri