Posted inଜାତୀୟ

ମା’ବାପାଙ୍କୁ ହଇରାଣ କଲେ ୬ ମାସ ଜେଲ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ମାତାପିତା କିମ୍ବା ବରିଷ୍ଠ ନାଗରିକଙ୍କୁ ଖରାପ ବ୍ୟବହାର ଦେଖାଇଲେ ୬ ମାସ ଜେଲ୍‌ କିମ୍ବା ୧୦ ହଜାର ଟଙ୍କା ଜରିମାନା ବା ଉଭୟ ଦଣ୍ଡ ଭୋଗିବାକୁ ପଡିବ। ଏନେଇ ଲୋକ ସଭାରେ ବୁଧବାର ବିଲ୍‌ ଆଗତ ହୋଇଛି। ମାତାପିତା ଓ ବରିଷ୍ଠ ନାଗରିକ ଭରଣପୋଷଣ ଓ କଲ୍ୟାଣ (ସଂଶୋଧନ) ବିଲ୍‌, ୨୦୧୯କୁ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ଥଓ୍ବରଚାନ୍ଦ ଗେହଲଟ ଗୃହରେ ଉପସ୍ଥାପନ କରିଥିଲେ। ବିଲ୍‌ ଅନୁଯାୟୀ ବରିଷ୍ଠ ନାଗରିକ ଭରଣପୋଷଣ ପାଇଁ ଦାବି କରିପାରିବେ ଏବଂ ସେମାନଙ୍କ ପାଇଁ ଉଦ୍ଦିଷ୍ଟ କେୟାର ହୋମ୍‌ ଓ ଅନ୍ୟ ଅନୁଷ୍ଠାନଗୁଡିକର ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ବିଲ୍‌ରେ ଦୁର୍ବ୍ୟବହାରର ସଂଜ୍ଞା ଉଭୟ ଶାରୀରିକ, ଶାବ୍ଦିକ, ଭାବାତ୍ମକ ନିର୍ଯାତନା ଏବଂ ଆର୍ଥତ୍କ ଶୋଷଣ ବୋଲି କୁହାଯାଇଛି। ସେହିପରି ପିଲା ଅର୍ଥ ମାତାପିତା ବା ବରିଷ୍ଠ ନାଗରିକଙ୍କ ଜନ୍ମିତ ଝିଅପୁଅ, ପୋଷ୍ୟ ସନ୍ତାନ କିମ୍ବା ସାବତ ସନ୍ତାନ, ବୋହୂ, ଜ୍ୱାଇଁ, ନାତିନାତୁଣୀ ଓ ନାବାଳକ ପିଲାଙ୍କ ଆଇନଗତ ଅଭିଭାବକଙ୍କୁ ବୁଝାଇବ। ନିର୍ଯାତନାର ସମ୍ମୁଖୀନ ହେଉଥିବା ବରିଷ୍ଠ ନାଗରିକଙ୍କ ଲାଗି ଟ୍ରିବ୍ୟୁନାଲ ଗଠନ ହେବ। ସେମାନେ ଭରଣପୋଷଣ ଓ ସହାୟତା ପାଇଁ ସେଠାରେ ଆବେଦନ କରିପାରିବେ। ୮୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକଙ୍କ କ୍ଷେତ୍ରରେ ଅଭିଯୋଗର ସମାଧାନ ୬୦ ଦିନରେ ସମ୍ପୂର୍ଣ୍ଣ କରିବା ଲାଗି ବିଲ୍‌ରେ ବ୍ୟବସ୍ଥା ରହିଛି। କୌଣସି ଅସାଧାରଣ କାରଣ ପାଇଁ ଟ୍ରିବ୍ୟୁନାଲ ଚାହିଁଲେ ଏହି ସମୟସୀମା ମାତ୍ର ଥରେ ସର୍ବାଧିକ ୩୦ଦିନ ପାଇଁ ବଢ଼ାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri