Posted inଖେଳ

ମାରପିଟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କଲେ ପ୍ରବୀଣ

ନୂଆଦିଲ୍ଲୀ,୧୬।୧୨(ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ପ୍ରବୀଣ କୁମାଙ୍କ ବିରୋଧରେ ଫ୍ୟାକ୍ଟ୍ରି ମାଲିକଙ୍କୁ ମାରପିଟ୍‌ କରିଥିବା ପୋଲିସରେ ଅଭିଯୋଗ ହୋଇଛି। କିନ୍ତୁ ସୋମବାର ଏହାକୁ ଅସ୍ବୀକାର କରିଛନ୍ତି ପ୍ରବୀଣ। ତାଙ୍କ ସମ୍ମାନରେ ଆଞ୍ଚ ଆଣିବା ପାଇଁ ସ୍ଥାନୀୟ ରାଜନେତାଙ୍କର ଏହା ଏକ ପ୍ରୟାସ। ଗତ ଶନିବାର ମିରଟର ମୁଲତାନ ନଗରରେ ସ୍କୁଲ ବସରୁ ଛୁଆମାନେ ଓହ୍ଲାଉଥିବାବେଳେ କାର ପାଇଁ ରାସ୍ତା ନ ଥିବାରୁ ଫ୍ୟାକ୍ଟ୍ରି ମାଲିକ ଦୀପକଙ୍କ ସହ ଯୁକ୍ତିତର୍କ ଓ ପରେ ମାରପିଟ କରିଥିବା ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷରେ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ସେ ମୋ ଚେନ୍‌ ଛଡ଼ାଇ ନେବାକୁ ଉଦ୍ୟମ କରିଥିଲେ। ଏହି ଘଟଣାରେ ସ୍ଥାନୀୟ ରାଜନେତାଙ୍କ ହାତ ରହିଛି। ମୁଁ ସେହି ଅଞ୍ଚଳରେ ରହେ ନାହିଁ। ମାତ୍ର ସେଠାରେ ମୋର ଦୁଇରୁ ୩ଟି ଘର ଅଛି। ସେ ସବୁରେ ଚାଲିଥିବା ରଙ୍ଗ କାମ ତଦାରଖ ପାଇଁ ସେଠାକୁ ଯାଇଥିଲି ବୋଲି ଅନ୍ତର୍ଜାତୀୟ ସ୍ତରରେ ୬ ଟେଷ୍ଟ ଓ ୬୮ ଦିନିକିଆ ଖେଳି ୧୦୪ ଉଇକେଟ ହାତେଇଥିବା ପ୍ରବୀଣ କହିଛନ୍ତି। ଏଠାରେ କିଛି ଲୋକ ଅଛନ୍ତି, ଯେଉଁମାନେ ଅନ୍ୟର ସଫଳତା ଦେଖିପାରୁ ନାହାନ୍ତି। ଶସ୍ତା ଲୋକପ୍ରିୟତା ପାଇବା ପାଇଁ ଉଦ୍ୟମ କରୁଛନ୍ତି। ଜଣେ କ୍ରିକେଟରଙ୍କ ସମ୍ମାନହାନି କରିବା ପାଇଁ ମିଛ କୁହାଯାଉଛି। ମୁଁ ମଧ୍ୟ ତାଙ୍କୁ ନେଇ ଏକ ଅଭିଯୋଗ କରିଛି। ତେବେ ପ୍ରବୀଣଙ୍କ ନାମରେ ଏଭଳି ଅଭିଯୋଗ ପ୍ରଥମ ଘଟଣା ନୁହେଁ। ୨୦୦୮ରେ ସେ ସାଙ୍ଗଙ୍କ ସହ ମିଶି ଜଣେ ଡାକ୍ତରଙ୍କୁ ପିଟିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri