ମାର୍କେଟ୍‌ ବିଲ୍ଡିଂରେ ଗଣ୍ଡଗୋଳ ଘଟଣା: ଆଉ ଜଣେ ଅଭିଯୁକ୍ତ ଗଜପତିରୁ ଗିରଫ, ଟୁଇଟ୍‌ କରି ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଗୋପୀନାଥ ନାୟକ ଓରଫ ଗୋପୀ। ତାଙ୍କୁ ଗଜପତିରୁ ଗିରଫ କରାଯାଇଥିବା ନେଇ ଶନିବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତେବେ ଗୋପୀ ପୂର୍ବରୁ ଗିରଫ ଚିଣ୍ଟୁ ସହ ମିଶି ଗଣ୍ଡଗୋଳ ଭିଆଇଥିବା କମିଶନର କହିଛନ୍ତି। ଏଥିସହ ଗିରଫ ସଂଖ୍ୟା ୩୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ମାର୍କେଟ ବିଲ୍ଡିଂ କେଶରୀ ମଲ୍‌ ଆଗରେ ଧନଞ୍ଜୟ କୁମାରଙ୍କ ଘଣ୍ଟା ଦୋକାନ। ସେଠାରେ ନୀତିଶ କୁମାର ନାମକ ଜଣେ ଯୁବକ କାର୍ଯ୍ୟ କରନ୍ତି। ଗତ ମାସ ୯ ତାରିଖ ରାତି ୯ଟାରେ ଜଣେ ଯୁବତୀ ଘଣ୍ଟା ନେବା ପାଇଁ ସେଠାକୁ ଯାଇଥିଲେ। ଘଣ୍ଟା ଦାମ୍‌କୁ ନେଇ ନୀତିଶଙ୍କ ସହିତ ଯୁବତୀଙ୍କର ବଚସା ହୋଇଥିଲା। ଏହାପରେ ଯୁବତୀ ଜଣକ ତାଙ୍କ ଭାଇକୁ ଫୋନ କରି ଜଣାଇଥିଲେ। ଫଳରେ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ତା’ପରଦିନ ଅର୍ଥାତ୍‌ ୧୦ ତାରିଖରେ ଯୁବତୀଙ୍କ ଭାଇ ଚିଣ୍ଟୁଙ୍କ ସହଯୋଗ ନେଇଥିଲେ। ଫଳରେ ଚିଣ୍ଟୁ ଓ ତାଙ୍କର କେତେଜଣ ସହଯୋଗୀ ପ୍ରାୟ ୩୮ ପିଲାଙ୍କୁ ଧରି ଖଣ୍ଡା, ଲୁହାରଡ଼, ବନ୍ଧୁକ ଧରି ସନ୍ଧ୍ୟା ୭ଟାରେ ମାର୍କେଟ ବିଲ୍ଡିଂରେ ପହଞ୍ଚିଥିଲେ। ଚାହୁଁ ଚାହୁଁ ସେମାନେ ପ୍ରାୟ ୪୦ ଉଠା ଦୋକାନରେ ଭଙ୍ଗାରୁଜା କରିବା ସହ ଗ୍ରାହକ, ବ୍ୟବସାୟୀ ଯିଏ ଆଗରେ ପଡ଼ିଲେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଶିବନାଥ ରାୟ, ରାଜେଶ ଦାଶ, ସମେନ୍ଦ୍ର ଶାହା, କୃଷ୍ଣା ରାଉତରାୟ ଆହତ ହୋଇଥିଲେ। ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁଙ୍କୁ ଗିରଫ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri