ମାର୍କେଟ୍‌ ବିଲ୍ଡିଂରେ ଗଣ୍ଡଗୋଳ ଘଟଣା: ଆଉ ଜଣେ ଅଭିଯୁକ୍ତ ଗଜପତିରୁ ଗିରଫ, ଟୁଇଟ୍‌ କରି ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଗୋପୀନାଥ ନାୟକ ଓରଫ ଗୋପୀ। ତାଙ୍କୁ ଗଜପତିରୁ ଗିରଫ କରାଯାଇଥିବା ନେଇ ଶନିବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତେବେ ଗୋପୀ ପୂର୍ବରୁ ଗିରଫ ଚିଣ୍ଟୁ ସହ ମିଶି ଗଣ୍ଡଗୋଳ ଭିଆଇଥିବା କମିଶନର କହିଛନ୍ତି। ଏଥିସହ ଗିରଫ ସଂଖ୍ୟା ୩୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ମାର୍କେଟ ବିଲ୍ଡିଂ କେଶରୀ ମଲ୍‌ ଆଗରେ ଧନଞ୍ଜୟ କୁମାରଙ୍କ ଘଣ୍ଟା ଦୋକାନ। ସେଠାରେ ନୀତିଶ କୁମାର ନାମକ ଜଣେ ଯୁବକ କାର୍ଯ୍ୟ କରନ୍ତି। ଗତ ମାସ ୯ ତାରିଖ ରାତି ୯ଟାରେ ଜଣେ ଯୁବତୀ ଘଣ୍ଟା ନେବା ପାଇଁ ସେଠାକୁ ଯାଇଥିଲେ। ଘଣ୍ଟା ଦାମ୍‌କୁ ନେଇ ନୀତିଶଙ୍କ ସହିତ ଯୁବତୀଙ୍କର ବଚସା ହୋଇଥିଲା। ଏହାପରେ ଯୁବତୀ ଜଣକ ତାଙ୍କ ଭାଇକୁ ଫୋନ କରି ଜଣାଇଥିଲେ। ଫଳରେ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ତା’ପରଦିନ ଅର୍ଥାତ୍‌ ୧୦ ତାରିଖରେ ଯୁବତୀଙ୍କ ଭାଇ ଚିଣ୍ଟୁଙ୍କ ସହଯୋଗ ନେଇଥିଲେ। ଫଳରେ ଚିଣ୍ଟୁ ଓ ତାଙ୍କର କେତେଜଣ ସହଯୋଗୀ ପ୍ରାୟ ୩୮ ପିଲାଙ୍କୁ ଧରି ଖଣ୍ଡା, ଲୁହାରଡ଼, ବନ୍ଧୁକ ଧରି ସନ୍ଧ୍ୟା ୭ଟାରେ ମାର୍କେଟ ବିଲ୍ଡିଂରେ ପହଞ୍ଚିଥିଲେ। ଚାହୁଁ ଚାହୁଁ ସେମାନେ ପ୍ରାୟ ୪୦ ଉଠା ଦୋକାନରେ ଭଙ୍ଗାରୁଜା କରିବା ସହ ଗ୍ରାହକ, ବ୍ୟବସାୟୀ ଯିଏ ଆଗରେ ପଡ଼ିଲେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଶିବନାଥ ରାୟ, ରାଜେଶ ଦାଶ, ସମେନ୍ଦ୍ର ଶାହା, କୃଷ୍ଣା ରାଉତରାୟ ଆହତ ହୋଇଥିଲେ। ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁଙ୍କୁ ଗିରଫ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ...

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ...

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର...

ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ

ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା,...

ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ

ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।...

ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri