ମାର୍କେଟ୍‌ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ ସାବାଳକ। ସେମାନେ ସମସ୍ତେ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ସେମାନଙ୍କ ବିରୋଧରେ ସର୍ବସାଧାରଣରେ ହିଂସା, ଆଇନଶୃଙ୍ଖଳା ଭଙ୍ଗ ଭଳି ଦଫା ଲଗାଯାଇଛି। ତେବେ ଅନ୍ୟ ୩ ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ, ଗୋପୀ, ପ୍ରୀତମ୍‌ ଏବେ ବି ଫେରାର ଅଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶନିବାର ଏକ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି।

ପ୍ରକାଶଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ୩୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ମୁହଁରେ କଳାକନା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ମାର୍କେଟ ବିଲ୍ଡିଂ ଭିତରକୁ ପଶି ଆସିଥିଲେ। କେହି କିଛି ବୁଝିବା ପୂର୍ବରୁ ସେମାନେ ଅତର୍କିତ ଆକ୍ରମଣ କରି ୩୦ରୁ ଊର୍ଦ୍ଧ୍ୱ ଦୋକାନ ଭାଙ୍ଗି ଚୂରମାର କରିଦେଇଥିଲେ। ପ୍ରାୟ ୧୦ ମିନିଟ ଧରି ଆତଙ୍କ ଖେଳାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ କରିଥିଲେ। ଏଥିରେ ୨ଜଣ ଦୋକାନୀ ଗୁରୁତର ହୋଇଥିଲେ। ମାତ୍ର ଆକ୍ରମଣର ଶିକାର ୨ ଦୋକାନୀ ଆକ୍ରମଣକାରୀଙ୍କ ସହ ଲଢ଼ି ୨ଜଣଙ୍କୁ କାବୁ କରିନେଇଥିଲେ। ସେମାନଙ୍କୁ ପୋଲିସ ଜିମା ଦିଆଯାଇଥିଲା। ତେବେ ଗୁରୁବାର ଜଣେ ଯୁବତୀଙ୍କ ସହ ଏକ ଦୋକାନୀଙ୍କ ଜିନିଷ କିଣା ମୂଲଚାଲକୁ ନେଇ ସୃଷ୍ଟ ବଚସା ଓ ମାରପିଟ୍‌ରୁ ଶୁକ୍ରବାର ଏଭଳି ହିଂସାକାଣ୍ଡ ଘଟିଥିବା ଡିସିପି ଅନୁପ କୁମାର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri