ମାର୍କେଟ୍‌ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ ସାବାଳକ। ସେମାନେ ସମସ୍ତେ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ସେମାନଙ୍କ ବିରୋଧରେ ସର୍ବସାଧାରଣରେ ହିଂସା, ଆଇନଶୃଙ୍ଖଳା ଭଙ୍ଗ ଭଳି ଦଫା ଲଗାଯାଇଛି। ତେବେ ଅନ୍ୟ ୩ ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ, ଗୋପୀ, ପ୍ରୀତମ୍‌ ଏବେ ବି ଫେରାର ଅଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶନିବାର ଏକ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି।

ପ୍ରକାଶଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ୩୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ମୁହଁରେ କଳାକନା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ମାର୍କେଟ ବିଲ୍ଡିଂ ଭିତରକୁ ପଶି ଆସିଥିଲେ। କେହି କିଛି ବୁଝିବା ପୂର୍ବରୁ ସେମାନେ ଅତର୍କିତ ଆକ୍ରମଣ କରି ୩୦ରୁ ଊର୍ଦ୍ଧ୍ୱ ଦୋକାନ ଭାଙ୍ଗି ଚୂରମାର କରିଦେଇଥିଲେ। ପ୍ରାୟ ୧୦ ମିନିଟ ଧରି ଆତଙ୍କ ଖେଳାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ କରିଥିଲେ। ଏଥିରେ ୨ଜଣ ଦୋକାନୀ ଗୁରୁତର ହୋଇଥିଲେ। ମାତ୍ର ଆକ୍ରମଣର ଶିକାର ୨ ଦୋକାନୀ ଆକ୍ରମଣକାରୀଙ୍କ ସହ ଲଢ଼ି ୨ଜଣଙ୍କୁ କାବୁ କରିନେଇଥିଲେ। ସେମାନଙ୍କୁ ପୋଲିସ ଜିମା ଦିଆଯାଇଥିଲା। ତେବେ ଗୁରୁବାର ଜଣେ ଯୁବତୀଙ୍କ ସହ ଏକ ଦୋକାନୀଙ୍କ ଜିନିଷ କିଣା ମୂଲଚାଲକୁ ନେଇ ସୃଷ୍ଟ ବଚସା ଓ ମାରପିଟ୍‌ରୁ ଶୁକ୍ରବାର ଏଭଳି ହିଂସାକାଣ୍ଡ ଘଟିଥିବା ଡିସିପି ଅନୁପ କୁମାର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri