ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ। ଏ ନେଇ ବ୍ୟବସାୟୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଳିଆ ହାଟରୁ ଉଚ୍ଛେଦ ହୋଇଥିବା ୪୦ ବ୍ୟବସାୟୀଙ୍କୁ ଥଇଥାନ କରିବାକୁ ଲକ୍ଷ୍ୟ ରଖାଯାଇଥିଲା। ପ୍ରଶାସନିକ ଅବହେଳା କାରଣରୁ ସେମାନଙ୍କ ଜୀବନ ଜୀବିକା ସଙ୍କଟରେ ପଡିଛି।
ନିୟନ୍ତ୍ରିତ ବଜାର କମିଟି (ଆରଏମସି) ଅଧୀନରେ ଏହି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ୧.୪କୋଟି ଟଙ୍କା ବ୍ୟୟ ଅଟକଳ ପ୍ରସ୍ତୁତ ହୋଇଥିଲା। ପଞ୍ଚାୟତବାସୀଙ୍କ ଆର୍ଥିକ ବିକାଶ ଲାଗି ସରକାର ଯୋଜନା କରିଥିଲେ ମଧ୍ୟ ରାଜନୈତିକ ବିବାଦ ଏଥିରେ ଅନ୍ତରାୟ ସୃଷ୍ଟି କରିଥିଲା। ସେତେବେଳେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ପାଳିଆ ହାଟରୁ ଦୋକାନୀଙ୍କୁ ଉଚ୍ଛେଦ କରାଯାଇ ଥଇଥାନ କରାଯିବାକୁ ପ୍ରତିଶ୍ରୁତି ଦିଆଯାଇଥିଲା। କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ସରିବା ପରେ ୨୦୧୬ରେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଏହାକୁ ଉଦ୍‌ଘାଟନ କରିଥିଲେ। ପରେ କମ୍ପ୍ଲେକ୍ସ ଗୃହର ଆବଣ୍ଟନ ବେଳେ ବିବାଦ ଉପୁଜିବାରୁ ପ୍ରଶାସନ ଅଡୁଆରେ ପଡିଥିଲା। ତତ୍କାଳୀନ ଉପଜିଲାପାଳ, ଆରଏମସି ସମ୍ପାଦକ, ସରପଞ୍ଚ ଏବଂ ଦୋକାନୀମାନଙ୍କ ଉପସ୍ଥିତିରେ ଆଲୋଚନା କରାଯାଇଥିଲେ ମଧ୍ୟ ପରେ ବିବାଦୀୟ ସ୍ଥିତି ବଢିଥିଲା। ଏହାମଧ୍ୟରେ ୩ବର୍ଷ ବିତି ଯାଇଥିଲେ ମଧ୍ୟ ମାର୍କେଟ କମ୍ପ୍ଲେକ୍ସ ଅବ୍ୟବହୃତ ହୋଇ ପଡ଼ିରହିଛି। ଆରଏମସି କର୍ତ୍ତୃପକ୍ଷଙ୍କ ଅବହେଳାରୁ ଏ ପ୍ରକାର ପରିସ୍ଥିତି ଉପୁଜିଥିବା ପୂର୍ବତନ ସରପଞ୍ଚ ବସନ୍ତ ନାୟକ ଏବଂ ଅନ୍ୟ ବ୍ୟବସାୟୀ କହିଛନ୍ତି। ବିଭିନ୍ନ ସମୟରେ ଆରଏମସି କର୍ତ୍ତୃପକ୍ଷଙ୍କୁ ଭେଟି ମାର୍କେଟ କମ୍ପ୍ଲେକ୍ସ ସମସ୍ୟା ଅବଗତ କରାଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ସରପଞ୍ଚ ଉଷାକାନ୍ତ ନାୟକ କହିଛନ୍ତି। ନିର୍ବାଚନ ଆଚରଣ ବିଧି ଉଠିବା ପରେ ମାର୍କେଟ କମ୍ପ୍ଲେକ୍ସ କାର୍ଯ୍ୟକାରୀ କରିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ଆରଏମ୍‌ସି ସମ୍ପାଦକ ବିକାଶ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri