ମାର୍କେଟ କମ୍ପ୍ଲେକ୍ସ ନିର୍ମାଣକୁ ନେଇ ହାଇକୋର୍ଟରେ ମାମଲା: ସମାଧାନ ଲାଗି ଜିଲାପାଳଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୨୨ା୭(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ଏନ୍‌ଏସି ମଧ୍ୟ ଦେଇ ଆସିକା-ହୁମ୍ମାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର କଲେଜଛକ ନିକଟରେ ବିବାଦୀୟ ଜାଗାରେ ପୁନନିର୍ମାଣ କରାଯାଉଥିବା ମାର୍କେଟ କମ୍ପ୍ଲେକ୍ସକୁ ନେଇ ପୁଣି ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ସାମାଜିକକର୍ମୀ ଗଙ୍ଗାଧର ସ୍ବାଇଁ। ସେ ପୁଣି ଏକ ମିସ କେସ ଦାଖଲ କରିଛନ୍ତି। ଏହାର ଶୁଣାଣି କରି ବିଚାରପତି ଜିଲାପାଳଙ୍କୁ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଏନେଇ ଗଙ୍ଗାଧର କହିଛନ୍ତି ଯେ, ଏନଏସି ପ୍ରଶାସନ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଉଦ୍ଦିଷ୍ଟ ପୂର୍ତ୍ତବିଭାଗ ରାଜରାସ୍ତାର ପୁରୁଷୋତ୍ତପୁର ମୌଜାରେ ଥିବା ଖାତା ନଂ ୧୭୮୫ର ପ୍ଳଟ ନଂ ୧୨୮୧/୩୫୯୪, ୩୫୯୫, ୩୫୯୬, ୩୭୯୭, ୩୫୯୮, ୩୫୯୯, ୩୬୦୦, ୩୬୦୧ ଓ ୩୬୦୨ରେ ୨୦୦୬ରେ ଦୋକାନ ଘର ନିର୍ମାଣ କରୁଥିଲେ। ଏହାକୁ ସହରବାସୀ ବିରୋଧ କରିଥିଲେ ମଧ୍ୟ କେହି ଶୁଣିନଥିଲେ। ଏନେଇ ସାମାଜିକକର୍ମୀ ଗଙ୍ଗାଧର ହାଇକୋର୍ଟର ଏକ ଜନସ୍ବାର୍ଥ ମାମଲା ଡବ୍ଲୁ ପିସିସି-୧୬୨୪୪/୨୦୦୬ରେ ରୁଜୁ କରିଥିଲେ। ଏହା ବର୍ତ୍ତମାନ ସୁଦ୍ଧା କୋର୍ଟରେ ରହିଛି। ଇତିମଧ୍ୟରେ ଆସିକା-ହୁମ୍ମା ରାସ୍ତା ସମ୍ପ୍ରସାରଣ ନିମନ୍ତେ ଗତ ଅକ୍ଟୋବର ୩ରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏହି ସମୟରେ ଏନ୍‌ଏସି ପକ୍ଷରୁ ନିର୍ମାଣ କରି ଭଡାରେ ଦିଆ ଯାଇଥିବା ଉକ୍ତ ଦୋକାନ ଘରଗୁଡିକ ଭାଙ୍ଗି ଦିଆଯାଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ରାସ୍ତା ନିର୍ମାଣ ଓ ପାର୍କିଂ ସମସ୍ୟା ପ୍ରତି ଏନ୍‌ଏସି ପ୍ରଶାସନ ଗୁରୁତ୍ୱ ନଦେଇ ପୁଣି ସେହି ସ୍ଥାନରେ ଦୋକାନ ଘର ନିର୍ମାଣ କରୁଛି। ଫଳରେ ଗଙ୍ଗାଧର ପୁଣି ହାଇକୋର୍ଟରେ ନଂ. ଡବ୍ଲୁପିସିସି-୧୧୮୯୬/୨୦୧୯ପ୍ରକାରେ ଗଞ୍ଜାମ ଜିଲାପାଳ, ପୂର୍ତ୍ତବିଭାଗ ଓ ପୁରୁଷୋତ୍ତମପୁର ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ପକ୍ଷଭୂକ୍ତ କରି କେସ ଦାୟର କରିଥିଲେ। ଏହାର ଶୁଣାଣି ୧୨ ତାରିଖରେ ମୂଖ୍ୟ ବିଚାରପତିଙ୍କ କୋର୍ଟରେ ହେବାବେଳେ ନିଜେ ଗଙ୍ଗାଧର ହାଜର ହୋଇ ସମସ୍ୟା ସମ୍ପର୍କରେ ଜଣାଇ ସମାଧାନ ପାଇଁ ପ୍ରାର୍ଥନା କରିଥିଲେ। ଚାରିସପ୍ତାହ ମଧ୍ୟରେ ସମସ୍ୟାର ସମାଧାନ କରି କୋର୍ଟଙ୍କୁ ଜଣାଇବା ଲାଗି ବିଚାରପତି ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଏବେ ଏନ୍‌ଏସିର ଦୋକାନ ଘର ନିର୍ମାଣ ନେଇ ଅନିଶ୍ଚିତତା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri