ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ ପ୍ରତ୍ୟୁଷ କହଁର ସାଧାରଣ ଜୀବନଯାତ୍ରା ଓ ଆଇନଶୃଙ୍ଖଳା ଭଙ୍ଗ କରିଥିବା ନେଇ ଏନ୍‌ଏସ୍‌ଏ ଲଗାଯାଇଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ମାର୍କେଟ ବିଲ୍ଡିଂ କେଶରୀ ମଲ ଆଗରେ ଧନଞ୍ଜୟ କୁମାରଙ୍କ ଘଣ୍ଟା ଦୋକାନ ରହିଛି। ସେଠାରେ ନୀତିଶ କୁମାର ନାମକ ଜଣେ ଯୁବକ କାର୍ଯ୍ୟ କରନ୍ତି। ଗତ ୯ ତାରିଖ ରାତି ୯ଟାରେ ଜଣେ ଯୁବତୀ ଘଣ୍ଟା ନେବା ପାଇଁ ସେଠାକୁ ଯାଇଥିଲେ। ଘଣ୍ଟାର ଦାମ୍‌କୁ ନେଇ ନୀତିଶଙ୍କ ସହିତ ଯୁବତୀଙ୍କର ବଚସା ହୋଇଥିଲା। ଏହାପରେ ଯୁବତୀ ଜଣକ ତାଙ୍କ ଭାଇକୁ ଫୋନ କରି ଜଣାଇଥିଲେ। ଫଳରେ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ପରଦିନ ଅର୍ଥାତ ଗତ ୧୦ ତାରିଖ ଯୁବତୀଙ୍କ ଭାଇ ଚିଣ୍ଟୁଙ୍କ ସହଯୋଗ ନେଇଥିଲେ। ଫଳରେ ଚିଣ୍ଟୁ ଓ ତାଙ୍କର କେତେଜଣ ସହଯୋଗୀ ପ୍ରାୟ ୩୮ ପିଲାଙ୍କୁ ଧରି ଖଣ୍ଡା, ଲୁହାରଡ଼, ବନ୍ଧୁକ ସହ ସନ୍ଧ୍ୟା ୭ଟାରେ ମାର୍କେଟ ବିଲ୍ଡିଂରେ ପହଞ୍ଚିଥିଲେ। ଦେଖୁ ଦେଖୁ ସେମାନେ ପ୍ରାୟ ୪୦ ଉଠା ଦୋକାନରେ ଭଙ୍ଗାରୁଜା କରିବା ସହ ଗ୍ରାହକ, ବ୍ୟବସାୟୀ ଯିଏ ଆଗରେ ପଡ଼ିଲେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଶିବନାଥ ରାୟ, ରାଜେଶ ଦାଶ, ସମେନ୍ଦ୍ର ଶାହା, କୃଷ୍ଣା ରାଉତରାୟ ଆହତ ହୋଇଥିଲେ। ଘଟଣାରେ ପୋଲିସ ମୋଟ ୨୯ଜଣଙ୍କୁ ଧରିଥିବାବେଳେ ସେମାନଙ୍କ ମଧ୍ୟରେ ୧୬ଜଣ ନାବାଳକ ରହିଛନ୍ତି। ଅନ୍ୟପକ୍ଷରେ ଏକାଧିକ ଅଭିଯୁକ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri