ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ୫ ସହଯୋଗୀ ହେଲେ ବ୍ରିଟ୍‌ କଲେନୀର ସାଇପ୍ରୀତମ ପଟ୍ଟନାୟକ ଓରଫ ପ୍ରୀତମ୍‌(୧୯), ରସୁଲଗଡ଼ ଚଣ୍ଡୀମାତା କଲୋନୀର ଉଦିତ୍‌ ନାରାୟଣ ପ୍ରଧାନ ଓରଫ କାହ୍ନା(୨୧), ଧଉଳି ବିଜୟବିହାରର ପଙ୍କଜ ରାଜ ଓରଫ ବାପି(୩୩), ପୁରୁଣା ଭୁବନେଶ୍ୱରର ସ୍ମୃତିସାଗର ମହାପାତ୍ର ଓରଫ ପିନୁ(୩୪) ଓ ବିଜେବିନଗରର ସୁରଜ ସାହା ଓରଫ ସୁରଜ(୧୯)। ଘଟଣାକୁ ନେଇ କେସ୍‌ ନଂ-୧୬/୨୦ ରୁଜୁ ହୋଇଛି। ପୋଲିସ ଆଇପିସି ଦଫା ୧୪୭, ୩୪୧, ୩୨୩, ୩୨୪, ୩୨୫, ୨୯୪, ୩୮୬, ୩୦୭, ୩୯୫, ୪୨୭, ୫୦୬, ୧୪୮, ୧୪୯ ଏବଂ ଆର୍ମ ଆକ୍ଟ ଅନୁଯାୟୀ ପୋଲିସ ୬ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଘଟଣାରେ ପୋଲିସ ମୋଟ ୨୯ଜଣଙ୍କୁ ଧରିଥିବାବେଳେ ସେମାନଙ୍କ ମଧ୍ୟରେ ୧୬ଜଣ ନାବାଳକ ରହିଛନ୍ତି।
ଅନ୍ୟପକ୍ଷରେ ଏକାଧିକ ଅଭିଯୁକ୍ତ ଫେରାର ଅଛନ୍ତି। କିନ୍ତୁ ସେମାନେ ପୋଲିସ ଉପସ୍ଥିତିରେ ଖଟି କରୁଥିବାବେଳେ ସେମାନଙ୍କୁ ଗିରଫ କରାଯାଉନାହିଁ। ଏହାକୁ କିନ୍ତୁ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ଖଣ୍ଡନ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟା ହେଲେ ଅଭିଯୁକ୍ତମାନେ ୟୁନିଟ୍‌-୨ ବାଳିକା ହାଇସ୍କୁଲ ନିକଟ ଚିଲଡ୍ରେନ୍‌ ପାର୍କରେ ଖଟି କରୁଛନ୍ତି। ଏପରିକି ସେଠାରେ ଆପରାଧିକ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଏସବୁ ପୋଲିସ ନାକତଳେ ଚାଲୁଥିଲେ ମଧ୍ୟ ତାହା କିଭଳି ଜାଣିପାରୁନାହିଁ ବୋଲି ଅଞ୍ଚଳବାସୀ ପ୍ରଶ୍ନ କରିଛନ୍ତି। ସେହିପରି ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁଙ୍କ ରାଜନୈତିକ ଲିଙ୍କ୍‌ ପଦାକୁ ଆସିଛି। ସେ ଏକ ନିର୍ଦ୍ଦିିଷ୍ଟ ରାଜନୈତିକ ଦଳର ନେତାଙ୍କ ସହ ମିଳାମିଶା କରିବା ସହ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣାପଡିଛି। ଫଳରେ ଚିଣ୍ଟୁ ଭାଇଗିରି ଦେଖାଇବା ପାଇଁ ସ୍କୁଲ ପିଲାଙ୍କୁ ଟଙ୍କା ଏବଂ ଭୋଜି ଦେଇ ଏଭଳି କାରନାମା କରିଥିବା ଜଣାପଡିଛି।
ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି ଯେ, ମାର୍କେଟ ବିଲ୍ଡିଂ କେଶରୀ ମଲ୍‌ ଆଗରେ ଧନଞ୍ଜୟ କୁମାରଙ୍କ ଘଣ୍ଟା ଦୋକାନ ରହିଛି। ସେଠାରେ ନୀତିଶ୍‌ କୁମାର ନାମକ ଜଣେ ଯୁବକ କାର୍ଯ୍ୟ କରନ୍ତି। ଗତ ୯ ତାରିଖ ରାତି ୯ଟାରେ ଜଣେ ଯୁବତୀ ଘଣ୍ଟା ନେବା ପାଇଁ ସେଠାକୁ ଯାଇଥିଲେ। ଘଣ୍ଟାର ଦାମ୍‌କୁ ନେଇ ନୀତିଶ୍‌ଙ୍କ ସହିତ ଯୁବତୀଙ୍କର ବଚସା ହୋଇଥିଲା। ଏହାପରେ ଯୁବତୀ ଜଣକ ତାଙ୍କ ଭାଇକୁ ଫୋନ୍‌ କରି ଜଣାଇଥିଲେ। ଫଳରେ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ପରଦିନ ଅର୍ଥାତ୍‌ ଗତ ୧୦ ତାରିଖ ଯୁବତୀଙ୍କ ଭାଇ ଚିଣ୍ଟୁଙ୍କ ସହଯୋଗ ନେଇଥିଲେ। ଫଳରେ ଚିଣ୍ଟୁ ଓ ତାଙ୍କର କେତେଜଣ ସହଯୋଗୀ ପ୍ରାୟ ୩୮ ପିଲାଙ୍କୁ ଧରି ଖଣ୍ଡା, ଲୁହାରଡ଼, ବନ୍ଧୁକ ସହ ସନ୍ଧ୍ୟା ୭ଟାରେ ମାର୍କେଟ ବିଲ୍ଡିଂରେ ପହଞ୍ଚତ୍ଥିଲେ। ଦେଖୁ ଦେଖୁ ସେମାନେ ପ୍ରାୟ ୪୦ ଉଠା ଦୋକାନରେ ଭଙ୍ଗାରୁଜା କରିବା ସହ ଗ୍ରାହକ, ବ୍ୟବସାୟୀ ଯିଏ ଆଗରେ ପଡ଼ିଲେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଶିବନାଥ ରାୟ, ରାଜେଶ ଦାଶ, ସମେନ୍ଦ୍ର ଶାହା, କୃଷ୍ଣା ରାଉତରାୟ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri