ମାର୍ଗଶୀରର ପ୍ରଥମ ଗୁରୁବାରରେ ପାଳନ ହେବ ମାଣ୍ଡିଆ ଦିବସ

ଦାରିଙ୍ଗବାଡ଼ି,୭।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମାଣ୍ଡିଆ ଦିବସ ପାଳନ କରାଯିବ। ଆସନ୍ତା ମାର୍ଗଶୀର ପ୍ରଥମ ଗୁରୁବାର ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ଆସନ୍ତା ଗୁରୁବାର ମାଣ୍ଡିଆ ଦିବସ ଦାରିଙ୍ଗବାଡ଼ିର ପଥପ୍ରାନ୍ତ ସେବାକେନ୍ଦ୍ର ପରିସରରେ ଧୁମ୍‌ଧାମ୍‌ରେ ପାଳନ କରାଯିବାକୁ ସ୍ଥିର କରାଯାଇଛି। ଏହାକୁ ଲୋକାଭିମୁଖି କରାଯିବା ସହିତ ବ୍ଳକର ୨୫ ପଞ୍ଚାୟତରେ ଜନସାଧାରଣଙ୍କୁ ଅବଗତ କରାଯିବା। ଏଥିସହ ମାଣ୍ଡିଆ ବ୍ୟବହାର କରିବାକୁ ସଚେତନ କରାଯିବ। କେବଳ ସେତିକି ନୁହେଁ ଏହି ଅବସରରେ ଅଧିକରୁ ଅଧିକ ଜନସାଧାରଣ ଯୋଗଦେବା ପାଇଁ ଏକ ସଚେତନତା ରଥକୁ ସୋମବାର ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁଭାରମ୍ଭ କରାଯାଇଛି ।

କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ସ୍ଥାନୀୟ ବିଡିଓ ଗଦାଧର ପାତ୍ର ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି।

ସରକାରଙ୍କ ମିଲେଟ ମିଶନ ଜରିଆରେ ଦାରିଙ୍ଗବାଡ଼ିରେ ସରକାରଙ୍କ ସହଭାଗିତା ଭାବେ ଜାଗୃତି ଏହି କ୍ଷୁଦ୍ରଦାନା ଶସ୍ୟର ପୁନରୁଉଦ୍ଧାର କାର୍ଯ୍ୟକୁ ସଫଳତାର ସହ କରିଆସିଛି। ମାଣ୍ଡିଆ ସମେତ ଅନ୍ୟ କ୍ଷୁଦ୍ରଦାନା ଶସ୍ୟ ଶରୀର ପାଇଁ ପୁଷ୍ଟିକର। ଏନେଇ ସରକାର ଏହି ଶସ୍ୟର ପୁନରୁଦ୍ଧାର କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏବେ ସାଧାରଣ ବଣ୍ଟନ ସାମଗ୍ରୀ ମଧ୍ୟରେ ଚାଉଳ ସହ ମାଣ୍ଡିକୁ ମଧ୍ୟ ଯୋଡ଼ିଛନ୍ତି। ଏହି ଉଦ୍‌ଘାଟନ ଉତ୍ସବରେ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କ ତତ୍ୱାଧାନରେ ମିଲେଟ ମିଶନର ପ୍ରକଳ୍ପ ସଂଯୋଜକ ମହେନ୍ଦ୍ର କୁମାର ପରିଡ଼ା, ସହ ପ୍ରକଳ୍ପ ସଂଯୋଜକ ଦେବାବନ୍ଦ ଦାସ, ରତିକାନ୍ତ ପଟ୍ଟନାୟକଙ୍କ ସହ ସମସ୍ତ କର୍ମକର୍ତ୍ତା, କୃଷି ବିଭାଗର ଟେକ୍ନିକାଲ ମ୍ୟାନେଜର ଅରୁଣ ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri