ମାର୍ଚ୍ଚରୁ ପିଏମ୍‌ଜିଏସ୍‌ଓ୍ବାଇ-୩

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ।
ମିଳିଥିବା ସୂଚନା ଅନୁଯାୟୀ ପିଏମ୍‌ଜିଏସ୍‌ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଏହି ଯୋଜନା ଅଧୀନରେ ଗ୍ରାମୀଣ କୃଷି ବଜାର, ଉଚ୍ଚ ମାଧ୍ୟମିକ ସ୍କୁଲ ଏବଂ ହସ୍ପିଟାଲଗୁଡିକ ପାଇଁ ରାସ୍ତା ନିର୍ମାଣ କରାଯିବ। ରାସ୍ତା ନିର୍ମାଣ ପୂର୍ବରୁ ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ(ଡିପିଆର) କରିବାକୁ ଯୋଜନା କରାଯାଇଛି। ଆସନ୍ତା ଫେବୃୟାରୀ ୨୫ ତାରିଖ ସୁଦ୍ଧା ଜିଲା ପରିଷଦ ପକ୍ଷରୁ ପ୍ରସ୍ତାବ ଦାଖଲ ଓ ଅନୁମୋଦନ ଶେଷ କରିବାକୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜିଲା ପରିଷଦ ଅନୁମୋଦନ ପାଇବା ପରେ ସମସ୍ତ ରାସ୍ତା ନିର୍ମାଣ ତାଲିକା ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରାଯିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି (ଏସ୍‌ଏଲ୍‌ଏସ୍‌ସି)ବୈଠକରେ ଫେବୃୟାରୀ ଶେଷ ସୁଦ୍ଧା ଏଥିପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୪ ତାରିଖ ସୁଦ୍ଧା ଡିପିଆର ପଠାଇବାକୁ କେନ୍ଦ୍ର ସରକାର ଚୂଡାନ୍ତ ସମୟ ଧାର୍ଯ୍ୟ କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ପିଏମ୍‌ଜିଏସ୍‌ଓ୍ବାଇ-୩ ରାସ୍ତା ପାଇଁ ଅର୍ଥ ବରାଦ କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି।
ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ୨୦୧୮-୧୯ ବଜେଟ ଉପସ୍ଥାପନ ବେଳେ ଘୋଷଣା କରିଥିଲେ। ୨୦୧୯ ଜୁଲାଇରେ ଏହାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିଲା। ଉକ୍ତ ଯୋଜନାରେ କେନ୍ଦ୍ର ସରକାର ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧ ଲକ୍ଷ ୨୫ ହଜାର କିଲୋମିଟର ଲମ୍ବା ରାସ୍ତା ନିର୍ମାଣ କରିବାକୁ ପ୍ରାୟତଃ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୮୦,୨୫୦ କୋଟି ଟଙ୍କା ଖର୍ଚ୍ଚ ହେବ। କେନ୍ଦ୍ର ସରକାର ଏଥିପାଇଁ ୫୩ ହଜାର ୮୦୦ କୋଟି ଟଙ୍କା ବହନ କରିବା ବେଳେ ରାଜ୍ୟ ଗୁଡିକର ଅଂଶଧନ ରହିବ ୨୬ ହଜାର ୪୫୦ କୋଟି ଟଙ୍କା। ଏହି ପ୍ରକଳ୍ପ ୨୦୧୯-୨୦ରୁ ୨୦୨୪-୨୫ ମଧ୍ୟରେ କାର୍ଯ୍ୟକାରୀ ହେବ। ଏଥିରେ ୮ଟି ଉତ୍ତର ପୂର୍ବ ରାଜ୍ୟ ଏବଂ ୩ଟି ହିମାଳୟ ପାର୍ବତ୍ୟ ରାଜ୍ୟ (ଜାମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡ)ଗୁଡିକର ଅଂଶଧନ ୯୦:୧୦ ରହିବ। ପିଏମ୍‌ଜିଏସ୍‌ଓ୍ବାଇ-୧ ଏବଂ ପିଏମ୍‌ଜିଏସ୍‌ଓ୍ବାଇ-୨ରେ କେନ୍ଦ୍ର ସରକାର ୧୬ ହଜାର ୫୫୦ କୋଟି ଟଙ୍କାର ୬୫ ହଜାର ୩୪୧ କି.ମି. ରାସ୍ତା ନିର୍ମାଣ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ସେଥିରୁ ୨୦୧୯ ଡିସେମ୍ବର ମଧ୍ୟରେ ୧୪ ହଜାର ୨୧୨ ପ୍ରକଳ୍ପ ଅଧୀନ ୫୬ ହଜାର କିଲୋମିଟର ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଅବଶିଷ୍ଟ ୨,୩୩୮ ରାସ୍ତା ନିର୍ମାଣ ପ୍ରକଳ୍ପ ବିଭିନ୍ନ ପର୍ଯ୍ୟାୟରେ ରହିଛି। ସେହି ପ୍ରକଳ୍ପ ଅଧୀନରେ ୧୭,୦୭୯ ଯୋଗ୍ୟ ବିବେଚିତ ଜନବସତି ମଧ୍ୟରୁ ୭୯୮ ଜନବସତିକୁ ଏ ପର୍ଯ୍ୟନ୍ତ ଯୋଗାଯୋଗ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri