ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୭ା୨(ଡିଏନଏ): ଯାଜପୁରର ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ବୁଧବାର ଦଶରଥପୁର ବ୍ଲକର ଅକରପଡା ଓ ବିରଜାପୁର ପଞ୍ଚାୟତ ଗସ୍ତ କରି ବିଭିନ୍ନ ସରକାରୀ ଅନୁଷ୍ଠାନ ଅନୁଧ୍ୟାନ କରିଛନ୍ତି। ପଞ୍ଚାୟତିରାଜ ବିଭାଗ ଅଧୀନ ବିଭିନ୍ନ ପ୍ରକଳ୍ପଗୁଡିକର ନିର୍ମାଣ ସମୟସୀମା ମଧ୍ୟରେ ଶେଷ ହେଉ ନ ଥିବାରୁ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ତଥା ଭାରାପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମାର୍ଚ୍ଚ ସରିବାକୁ ଆଉ ୧ ମାସ ସମୟ ରହିଥିବାବେଳେ ବିଭିନ୍ନ ସ୍ଥାନରେ ଚାଲିଥିବା ଉନ୍ନୟନ କାର୍ଯ୍ୟ, ବିଶେଷ କରି କଂକ୍ରିଟ ରୋଡ, ଅଙ୍ଗନୱାଡି କେନ୍ଦ୍ରଗୃହ, ପଞ୍ଚାୟତ ଗୃହ, ସ୍ବଚ୍ଛ ଭାରତ ମିଶନର ପାଇଖାନା, ଏମ୍‌ଜିଏନ୍‌ଆରଇଜିଏସ୍‌ ଅନ୍ତର୍ଗତ ପ୍ରକଳ୍ପଗୁଡିକର କାର୍ଯ୍ୟ ଶେଷ କରିବାକୁ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପଗୁଡିକର ଅଗ୍ରଗତି କିପରି ଅଛି ଓ ନିର୍ମାଣ କାର୍ଯ୍ୟର ମାନ କେଉଁ ପ୍ରକାର ତାକୁ ପରଖିବା ପାଇଁ ନାୟକ ବୁଧବାର ଅଚାନକ ଭାବେ ଦଶରଥପୁର ବ୍ଲକ ଅନ୍ତର୍ଗତ ବିରଜାପୁର ପଞ୍ଚାୟତକୁ ଯାଇ ସେଠାର ନୂତନ ପଞ୍ଚାୟତ ଗୃହ ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ। ୩୫ଲକ୍ଷ ଟଙ୍କା ବ୍ୟୟରେ ୨ମହଲା ବିଶିଷ୍ଟ ହେବାକୁ ଥିବା ଉକ୍ତ ପ୍ରକଳ୍ପଟି ଦ୍ରୁତ ଗତିରେ ଚାଲିଥିବା ଦେଖି ଭାରାପ୍ରାପ୍ତ ଜିଲାପାଳ ସନ୍ତୋଷ ପ୍ରକାଶ କରିଥିଲେ। ନିର୍ମାଣ କାର୍ଯ୍ୟର ମାନକୁ ମଧ୍ୟ ପରଖି ଉପସ୍ଥିତ କନିଷ୍ଠ ଯନ୍ତ୍ରୀଙ୍କୁ କେତେକ ପରାମର୍ଶ ଦେଇଥିଲେ। ତାଙ୍କର ଏହି ଗସ୍ତ ସମୟରେ ଜିଲା ପଞ୍ଚାୟତ ଅଧିକାରୀ ଅଶୋକ କୁମାର ସେଠୀ, କନିଷ୍ଠଯନ୍ତ୍ରୀ ଅମୀୟ କୁମାର ସାହୁ, ନରେଗା ସଂଯୋଜକ ଚିନ୍ମୟ କୁମାର ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?