ମାର୍ଚ୍ଚ ୧୧ରୁ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୯-୨: ବେତନ ସଂଶୋଧନ ଦାବିରେ ଦେଶର ବ୍ୟାଙ୍କ ସଂଘଗୁଡିକ ପକ୍ଷରୁ ଜାନୁୟାରୀ ୩୧ ଏବଂ ଫେବୃୟାରୀରେ ୧ରେ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ସମୟରେ ମୋଟ ୪ ଦିନ ବ୍ୟାଙ୍କ ବନ୍ଦ ହୋଇଥିଲା। ଧର୍ମଘଟ ସଫଳ ହୋଇଥିବା ସଂଘଗୁଡିକ ପକ୍ଷରୁ ସୂଚନା ଦିଆଯାଇଥିଲା। ସଂଘଗୁଡିକ ଆସନ୍ତା ମାସ ୧୧ରୁ ପୁଣି ଥରେ ୩ ଦିନିଆ ଧର୍ମଘଟକୁ ଓହ୍ଲାଇବେ ବୋଲି ସୂଚନା ରହିଛି। ଯଦି ଏହି ଧର୍ମଘଟ ସଫଳ ହୁଏ ତେବେ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ୫ ଦିନ ବ୍ୟାଙ୍କ ବନ୍ଦ ରହିପାରେ ବୋଲି କୁହାଯାଉଛି। ବ୍ୟାଙ୍କ ଏମ୍ପ୍ଲଇ ଫେଡେରେଶନ ଅଫ୍‌ ଇଣ୍ଡିଆ(ବିଇଏଫ୍‌ଆଇ) ଏବଂ ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲଇଜ୍‌ ଆସୋସିଏଶନ (ଏଆଇବିଇଏ) ପକ୍ଷରୁ କୁହାଯାଇଛି ଯେ, ମାର୍ଚ୍ଚ ୧୧ରୁ ୧୩ ଯାଏ ବ୍ୟାଙ୍କ କର୍ମଚାରୀ ଧର୍ମଘଟକୁ ଓହ୍ଲାଇବାକୁ ନିଷ୍ପତ୍ତି ନିଆଯାଇଛି। ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ ସହ ବେତନ ସଂଶୋଧନ ନେଇ ଆଲୋଚନା ବିଫଳ ହେବା ପରେ ଏଭଳି ପନ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଶନିବାର,ରବିବାର ସମେତ ବ୍ୟାଙ୍କ ୫ ଦିନ ବନ୍ଦ ହେବାର ଆଶଙ୍କା ରହିଥିବା ସୂଚନା ରହିଛି। ଏହି ସମୟରେ ଘରୋଇ ବ୍ୟାଙ୍କ କାରବାର ପ୍ରଭାବିତ ହେବ ନାହିଁ। ଏହି ଧର୍ମଘଟ ହେଲେ ଚଳିତ ବର୍ଷର ତୃତୀୟ ବ୍ୟାଙ୍କ ଧର୍ମଘଟ ହେବ। ଏହା ପୂୂର୍ବରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଦିନ ବ୍ୟାଙ୍କ କାରବାର ପ୍ରଭାବିତ ହୋଇଥିଲା। ବିଭିନ୍ନ ଦାବିରେ ବ୍ୟାଙ୍କସଂଘଗୁଡିକ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଧର୍ମଘଟକୁ ଓହ୍ଲାଇବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri