ମାର୍ଚ୍ଚ ୧୧ରୁ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୯-୨: ବେତନ ସଂଶୋଧନ ଦାବିରେ ଦେଶର ବ୍ୟାଙ୍କ ସଂଘଗୁଡିକ ପକ୍ଷରୁ ଜାନୁୟାରୀ ୩୧ ଏବଂ ଫେବୃୟାରୀରେ ୧ରେ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ସମୟରେ ମୋଟ ୪ ଦିନ ବ୍ୟାଙ୍କ ବନ୍ଦ ହୋଇଥିଲା। ଧର୍ମଘଟ ସଫଳ ହୋଇଥିବା ସଂଘଗୁଡିକ ପକ୍ଷରୁ ସୂଚନା ଦିଆଯାଇଥିଲା। ସଂଘଗୁଡିକ ଆସନ୍ତା ମାସ ୧୧ରୁ ପୁଣି ଥରେ ୩ ଦିନିଆ ଧର୍ମଘଟକୁ ଓହ୍ଲାଇବେ ବୋଲି ସୂଚନା ରହିଛି। ଯଦି ଏହି ଧର୍ମଘଟ ସଫଳ ହୁଏ ତେବେ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ୫ ଦିନ ବ୍ୟାଙ୍କ ବନ୍ଦ ରହିପାରେ ବୋଲି କୁହାଯାଉଛି। ବ୍ୟାଙ୍କ ଏମ୍ପ୍ଲଇ ଫେଡେରେଶନ ଅଫ୍‌ ଇଣ୍ଡିଆ(ବିଇଏଫ୍‌ଆଇ) ଏବଂ ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲଇଜ୍‌ ଆସୋସିଏଶନ (ଏଆଇବିଇଏ) ପକ୍ଷରୁ କୁହାଯାଇଛି ଯେ, ମାର୍ଚ୍ଚ ୧୧ରୁ ୧୩ ଯାଏ ବ୍ୟାଙ୍କ କର୍ମଚାରୀ ଧର୍ମଘଟକୁ ଓହ୍ଲାଇବାକୁ ନିଷ୍ପତ୍ତି ନିଆଯାଇଛି। ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ ସହ ବେତନ ସଂଶୋଧନ ନେଇ ଆଲୋଚନା ବିଫଳ ହେବା ପରେ ଏଭଳି ପନ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଶନିବାର,ରବିବାର ସମେତ ବ୍ୟାଙ୍କ ୫ ଦିନ ବନ୍ଦ ହେବାର ଆଶଙ୍କା ରହିଥିବା ସୂଚନା ରହିଛି। ଏହି ସମୟରେ ଘରୋଇ ବ୍ୟାଙ୍କ କାରବାର ପ୍ରଭାବିତ ହେବ ନାହିଁ। ଏହି ଧର୍ମଘଟ ହେଲେ ଚଳିତ ବର୍ଷର ତୃତୀୟ ବ୍ୟାଙ୍କ ଧର୍ମଘଟ ହେବ। ଏହା ପୂୂର୍ବରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଦିନ ବ୍ୟାଙ୍କ କାରବାର ପ୍ରଭାବିତ ହୋଇଥିଲା। ବିଭିନ୍ନ ଦାବିରେ ବ୍ୟାଙ୍କସଂଘଗୁଡିକ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ଲାଗି ଧର୍ମଘଟକୁ ଓହ୍ଲାଇବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri