Posted inଖେଳ

ମାର୍ଚ୍ଚ ୨ରୁ ଟ୍ରେନିଂ ଆରମ୍ଭ କରିବେ ଧୋନୀ

ଚେନ୍ନାଇ, ୨୫।୨ (ପି.ଟି.)- ଦୀର୍ଘ ଦିନର ବ୍ୟବଧାନରେ ପଡ଼ିଆକୁ ଫେରିବେ ଭାରତୀୟ କ୍ରିକେଟ୍‌ ଦଳର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ଲାଗି ଧୋନୀ ତାଙ୍କ ଟ୍ରେନିଂ ଆରମ୍ଭ କରିବେ ବୋଲି ଜଣାପଡ଼ିଛି। ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ରହିଥିବା ୩୮ ବର୍ଷୀୟ ଏହି ଭେଟେରାନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ଅନ୍ୟ ଖେଳାଳିଙ୍କ ସହ ମାର୍ଚ୍ଚ ୨ରୁ ଆଇପିଏଲ୍‌ ପାଇଁ ଟ୍ରେନିଂ ଆରମ୍ଭ କରିବେ। ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ ସୁପର୍‌ କିଙ୍ଗ୍ସର ଘରୋଇ ପଡ଼ିଆ ହୋଇଥିବାରୁ ଏଠାରେ ହିଁ ଅଭ୍ୟାସ ହେବ। ମାର୍ଚ୍ଚ ୨୯ରେ ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣ ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବାର କାର୍ଯ୍ୟସୂଚୀ ରହିଛି। ‘ମାର୍ଚ୍ଚ ୧୯ରୁ ସମସ୍ତ ଖେଳାଳିଙ୍କୁ ନେଇ କ୍ୟାମ୍ପ୍‌ ଆରମ୍ଭ ହେବ। ଏଥିରେ ସମସ୍ତ ଖେଳାଳି ଯୋଗଦେବେ। କିନ୍ତୁ ସୁରେଶ ରାଇନା, ଅମ୍ବାତି ରାୟୁଡୁ ଓ କିଛି ସାଥୀ ଖେଳାଳିଙ୍କ ସହ ଧୋନୀ ଦୁଇ ସପ୍ତାହ ପୂର୍ବରୁ ଟ୍ରେନିଂ କରିବେ’ ବୋଲି ଚେନ୍ନାଇ ସିଇଓ କେ.ଏସ୍‌. ବିଶ୍ୱନାଥନ କହିଛନ୍ତି। ପ୍ରକାଶଯୋଗ୍ୟ, ଗତବର୍ଷ ଆଇସିସି ବିଶ୍ୱକପ୍‌ ପରେ ଧୋନୀ କ୍ରିକେଟ୍‌ରୁ ସମ୍ପୂର୍ଣ୍ଣ ଭାବେ ଦୂରେଇ ରହିଛନ୍ତି। ଏପରି କି ତାଙ୍କ ଅବସର ନେଇ ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri