ମାର୍ଚ୍ଚ ୨୯ରୁ ଆଇପିଏଲ୍‌: ଅଭ୍ୟାସ ଆରମ୍ଭ କଲେ ଧୋନୀ, ସ୍ବାଗତ କଲେ ରାଇନା

ବେଙ୍ଗାଲୁରୁ, ୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଉଦ୍‌ଘାଟନୀ ମୁକାବିଲା ଖେଳାଯିବ। ବିଶ୍ୱର ଏହି ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଲାଗି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୂର୍ବପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମ ଷ୍ଟାଡିୟମରେ ଚାଲିଥିବା ଚେନ୍ନାଇ କ୍ୟାମ୍ପ୍‌ରେ ଧୋନୀ ସୋମବାର ଯୋଗ ଦେଇ ଅଭ୍ୟାସ ଆରମ୍ଭ କରିଛନ୍ତି। ଏହି ଅବସରରେ ସାଥୀ ଖେଳାଳି ସୁରେଶ ରାଇନା ଧୋନୀଙ୍କୁ ସ୍ବାଗତ କରିଥିବା ଦେଖିବାକୁ ମିଳିଥିଲା। ଧୋନୀଙ୍କ ବେକକୁ ଧରି ରାଇନା କୁଣ୍ଢାଇବା ସହ କିଛି ସମୟ କଥାବାର୍ତ୍ତା ହୋଇଥିଲେ। ଏହି ଭିଡିଓକୁ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଫ୍ରାଞ୍ଚାଇଜ ଏହାର ଟୁଇଟର୍‌ ପୃଷ୍ଠାରେ ଶେୟାର କରିଛି। ଏହାକୁ ବହୁ ସଂଖ୍ୟାରେ କ୍ରିକେଟ୍‌ପ୍ରେମୀ ଲାଇକ୍‌ କରିଥିବାବେଳେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୋମବାର ଟ୍ରେନିଂ ସେସନରେ ଅନ୍ୟ ଚେନ୍ନାଇ ଖେଳାଳିଙ୍କ ମଧ୍ୟରେ ଅମ୍ବାତି ରାୟୁଡୁ, ମୁରଲୀ ବିଜୟ, ପିୟୂଷ ଚାଓ୍ବଲା, କର୍ନ ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri