ମାର୍ଚ୍ଚ ୩୧ ଯାଏ ଧାନ କିଣା ହେବ, ଯୋଗାଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଧାନକିଣାକୁ ନେଇ ଗତ ଦୁଇଦିନ ଧରି ବିଧାନସଭାକୁ ବିରୋଧୀ ଦଳ ଅଚଳ କରି ରଖିଥିଲେ। ବାଚସ୍ପତି ଏହି ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ। ବୈଠକ ପରେ ବିରୋଧୀ ଗୃହରେ ଆଉ କୌଣସି ଗଣ୍ଡଗୋଳ କରି ନ ଥିଲେ । ଗୃହକାର୍ଯ୍ୟ ସ୍ବାଭାବିକ ହୋଇଥିଲା।

ପୂର୍ବାହ୍ନ ୧୧.୩୦ମିନିଟରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଓ ଭାଜପା ସଦସ୍ୟମାନେ ପୁଣି ହଟ୍ଟଗୋଳ କରିଥିଲେ। ଏହି ଅଚଳାବସ୍ଥା ଦୂର କରିବା ଲାଗି ବାଚସ୍ପତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ, ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ପ୍ରଣବ ପ୍ରକାଶ ଦାଶ, ଦେବୀ ପ୍ରସାଦ ମିଶ୍ରଙ୍କୁ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ବାଚସ୍ପତି ନିମନ୍ତ୍ରଣ କରି ଗୃହକୁ ୧୨.୫୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୨.୫୦ରେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ବିରୋଧୀ ଦଳ ସଦସ୍ୟମାନେ ଆଉ ପୂର୍ବଭଳି ହଙ୍ଗାମା କରି ନ ଥିଲେ। ବାଚସ୍ପତି ଘୋଷଣା କରିଥିଲେ ଯେ ସରକାର ମାର୍ଚ୍ଚ ୩୧ ଯାଏ ଚାଷୀଙ୍କଠାରୁ ଧାନ କିଣିବେ। ଯେଉଁ ଜିଲାରେ ଧାନ ରହିଛି ସେହି ଜିଲାର ବିଧାୟକମାନଙ୍କ ସହ ଆଲୋଚନା କରି ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri