‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ପଞ୍ଜୀକୃତ ଚାଷୀଙ୍କ ଧାନ ସଂଗ୍ରହ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକ ସୁଧୀର ସାମଲ ମିଲରଙ୍କ ଧାନ ସଂଗ୍ରହ କରିବା କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ପାଇଁ ପରାମର୍ଶ ଦେଇଛନ୍ତି।
ଜିଲାରେ ୧୨ଲକ୍ଷ ୯୨ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏବେ ସୁଦ୍ଧା ୧୪ଲକ୍ଷ ୨୦ହଜାର ୩୦୦ କୁଇଣ୍ଟାଲ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ କରିଛନ୍ତି। ଅବଶିଷ୍ଟ ୧ଲକ୍ଷ ୨୮ହଜାର ୩୦୦ କୁଇଣ୍ଟାଲ ଧାନ ବିକ୍ରି ପାଇଁ ସରକାରଙ୍କୁ ଅନୁମତି ମାଗିବା ଲାଗି ନିଷ୍ପତ୍ତି ହୋଇଛି। ଧାନ ଅଖା ବାବଦ ଟଙ୍କା ସିଧାସଳଖ ଚାଷୀଙ୍କୁ ପ୍ରଦାନ, ଅଧା ଧାନ ବିକିଥିବା ଟୋକନଧାରୀ ଚାଷୀଙ୍କ ପୁନର୍ବାର ଟୋକନ ପ୍ରଦାନ କରିବା, ଧାନ ଥିବା ଯାଏ ମଣ୍ଡି ଖୋଲା ରଖିବା, ଜିଲାରେ ଅମଳ ହେଉଥିବା ପ୍ରାୟ ୩୦ ହଜାର କୁଇଣ୍ଟାଲ ରବି ଧାନ ସଂଗ୍ରହ ଲାଗି ମଣ୍ଡି ଖୋଲିବାକୁ ବିଧାୟକ ଏବଂ ଚାଷୀ ପ୍ରସ୍ତାବ ଦେଇଥିଲେ।
ବିଧାୟିକା ସୀମାରାଣୀ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ମିନତି ନାୟକ, ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଉଦୟ କୁମାର ମହାପାତ୍ର, ସମବାୟ ସମିତି ଉପନିବନ୍ଧକ ସଂଗ୍ରାମ ରାଉତ, ଏମ୍‌ପିଙ୍କ ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ସାହୁ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ଅଗ୍ରଣୀ ଚାଷୀ, ମିଲରଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri