କଟକ ଅଫିସ,୧୫।୨:ଷଷ୍ଠ, ସପ୍ତମ, ଅଷ୍ଟମ ଏବଂ ନବମଶ୍ରେଣୀ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୪ ତାରିଖରେ ଅନୁଷ୍ଠିତ ହେବ। ମଙ୍ଗଳବାରଠାରୁ ବୋର୍ଡ ୱେବ୍ସାଇଟ୍ (www.bseodisha.ac.in)ରେ ପରୀକ୍ଷାର୍ଥୀଙ୍କ ଆଡ୍ମିଟ କାର୍ଡ ଉପଲବ୍ଧ ରହିବ। ଏନେଇ ସୋମବାର ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ଷଷ୍ଠ ଶ୍ରେଣୀ ପିଲାଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ସରିବ। ସେହିପରି ସପ୍ତମ, ଅଷ୍ଟମ ଏବଂ ନବମ ଛାତ୍ରୀଛାତ୍ରଙ୍କ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହେବ। ଷଷ୍ଠ ଶ୍ରେଣୀ ପିଲାଙ୍କ ଲାଗି ୫୨ ମାର୍କ ଏବଂ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପିଲାଙ୍କ ପାଇଁ ୧୦୦ ମାର୍କର ପରୀକ୍ଷା ହେବ। ଷଷ୍ଠ ଶ୍ରେଣୀ ଲାଗି ପରୀକ୍ଷାରେ ଗଣିତ, ଇଂଲିଶ, ବିଜ୍ଞାନ ଓ ସାମାଜିକ ବିଜ୍ଞାନ ବିଷୟରେ ପ୍ରଶ୍ନ ପଡ଼ିବ। ସେହିପରି ସପ୍ତମରୁ ନବମ ଶ୍ରେଣୀର ପରୀକ୍ଷାର୍ଥୀମାନେ ଇଂଲିଶ, ଓଡ଼ିଆ, ଗଣିତ, ସାଧାରଣ ବିଜ୍ଞାନ ଏବଂ ସାମାଜିକ ବିଜ୍ଞାନ ବିଷୟରୁ ଆସିଥିବା ପ୍ରଶ୍ନର ପରୀକ୍ଷା ଦେବେ। ଓଏମ୍ଆର୍ ପଦ୍ଧତିରେ ପରୀକ୍ଷା ହେବ। ପ୍ରତି ପ୍ରଶ୍ନ ଲାଗି ୪ଟି ସମ୍ଭାବ୍ୟ ଉତ୍ତର ରହିବ। ପରୀକ୍ଷାର୍ଥୀମାନେ କଲମରେ କଳା କିମ୍ବା ନୀଳ ରଙ୍ଗର କାଳି ବ୍ୟବହାର କରିପାରିବେ।
Posted inHome, Home Left, ଆମ ଜିଲା ଖବର, କଟକ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

