Posted inଜାତୀୟ

ମାର୍ଚ୍ଚ ୫ରେ ଜମ୍ମୁ-କଶ୍ମୀରରେ ପଞ୍ଚାୟତ ନିର୍ବାଚନ: ବ୍ୟବହାର ହେବ ବାଲଟ ପେପର

ଶ୍ରୀନଗର,୧୩।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପଞ୍ଚାୟତ ନିର୍ବାଚନ କରାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ଗୁରୁବାର ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ମାର୍ଚ୍ଚ ୫ରୁ ମାର୍ଚ୍ଚ ୨୦ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଜମ୍ମୁରେ ୪ଟି ପର୍ଯ୍ୟାୟରେ ଏବଂ କଶ୍ମୀରରେ ୮ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଏସମ୍ପର୍କରେ ଜମ୍ମୁ-କଶ୍ମୀର ମୁଖ୍ୟ ନିର୍ବାଚନ ଅଧିକାରୀ ଶୈଳେନ୍ଦ୍ର କୁମାର ସୂଚନା ଦେଇଛନ୍ତି। ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ସହିତ ଆଚରଣ ବିଧି ଲାଗୁ ହୋଇଥିବା ସେ କହିଛନ୍ତି। ମତଦାନ ପାଇଁ ବାଲଟ ପେପର ବ୍ୟବହାର ହେବ। ମାର୍ଚ୍ଚ ୫, ୭, ୯, ୧୨, ୧୪, ୧୬, ୧୮ ଏବଂ ୨୦ରେ ମତଦାନ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ଲଦାଖରେ ନିର୍ବାଚନ ପାଇଁ କେନ୍ଦ୍ର ସରକାରଙ୍କଠାରୁ କୌଣସି ନିର୍ଦ୍ଦେଶ ମିଳି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri