ମାଲକାନଗିରିରେ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ: ୨୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

କୋରୁକୋଣ୍ଡା,୧୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲକୋଟା ପଞ୍ଚାୟତ ଅନ୍ତର୍ଗତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ବୋଲି ସୂଚନା ମିଳିଛି। ତନ୍ମଧ୍ୟରୁ ଜଣେ ତାମିଲନାଡ଼ୁ ଫେରନ୍ତା ୧୮ବର୍ଷୀୟ ଯୁବକ। ଅନ୍ୟ ଜଣକ ୨୫ବର୍ଷୀୟ ଯୁବକ, ଯିଏକି ସେହି କ୍ୱାରାଣ୍ଟାଇନ୍‌ କେନ୍ଦ୍ରର କର୍ମଚାରୀ ଭାବେ କାର୍ଯ୍ୟ କରିଆସୁଥିବା ତାରଲକୋଟା ସରପଞ୍ଚ ସୋମନାଥ ବାର୍ସେ ସୂଚନା ଦେଇଛନ୍ତି। ଏହାପରେ ଜିଲା ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର ୧୦୦ ମିଟର ଦୂରରେ ଥିବା ସମ୍ପୂର୍ଣ୍ଣ ଅଞ୍ଚଳକୁ ୪୮ଘଣ୍ଟା ନିମନ୍ତେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇ ସିଲ୍‌ କରାଯାଇଛି। ସେହିପରି ମାଲକାନଗିରିରେ ଜଣେ ପୋଲିସ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିବା ସୂଚନା ମିଳିଛି । ତେଣୁ ମୋଟୁ ଥାନାଧିକାରୀ ଓ ସମସ୍ତ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏଥିସହିତ ମୋଟୁ ଥାନାକୁ ସିଲ୍‌ କରି କଣ୍ଟେନ୍‌ମେଣ୍ଟ୍‌ ଜୋନ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତ ଥିବା ପୋଲିସ ମୋଟୁ ସୀମାରେ ନିୟୋଜିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ପ୍ରାୟ ୫୦ହଜାର ପ୍ରବାସୀ ମୋଟୁ ସୀମା ଦେଇ ଫେରିଛନ୍ତି। ଏଥି ସମେତ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧିପାଇଛି। ତନ୍ମଧ୍ୟରୁ ୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଓ ୪ ଜଣ ଚିକିତ୍ସିତ ହେଉଥିବା ଜିଲାପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ

ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri