ମାଲକାନଗିରିରେ ବନ୍ୟା ପରିସ୍ଥିତି: ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଏସଆରସି

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ./ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲାପାଳ ମନୀଷ ଅଗ୍ରୱାଲ ଉଭୟଙ୍କୁ ଜିଲାରେ ବର୍ଷାର ପରିମାଣ ଓ ପରିସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ । ଲଗାଣ ବର୍ଷାରେ କାନ୍ଥ ଭାଙ୍ଗି ପଡ଼ିଆ ବ୍ଲକର ଇଙ୍କିମେଟଲା ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ପରକନପାଲି ଗ୍ରାମର ଜଣେ ପୁରୁଷ ଜମିକୁ କାମ କରିବାକୁ ଯାଇଥିବା ବେଳେ ସାପ କାମୁଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ଜିଲାର ମାଲକାନଗିରି, କାଲିମେଳା, ମାଥିଲି ଓ ପଡ଼ିଆ ବ୍ଲକରେ ୭ ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ହୋଇଛି । ସେହିଭଳି ୫୮ କଚା ଘର ଆଂଶିକ କ୍ଷତି ହୋଇଛି ବୋଲି ଜିଲାପାଳ ସୂଚନା ଦେଇଥିଲେ। ଜିଲାର ଶତକଡ଼ା ୩୦ ପ୍ରତିଶତ ଜମିରେ ଧାନ ବୁଣା କାର୍ଯ୍ୟ ଶେଷ ହୋଇଛି। ଆକଳନ ପରେ କେତେ ପରିମାଣରେ ଫସଲ କ୍ଷତି ହୋଇଛି ଜଣାପଡ଼ିବ ବୋଲି ସେ ପ୍ରକାଶ କରିଥିଲେ। ତେବେ ଏହି ଲଗାଣ ବର୍ଷାରେ ମାଲକାନଗିରି ଜିଲାରେ ବିଶେଷ ଧନଜୀବନ ନଷ୍ଟ କିମ୍ବା କ୍ଷୟକ୍ଷତି ହୋଇନାହିଁ ।ଏଥିପାଇଁ ଜିଲା ପ୍ରଶାସନ ସଜାଗ ଥିଲା। ମୋଟାମୋଟି ଭାବେ ପରିସ୍ଥିତି ଠିକ ରହିଛି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଜିଲାର ବର୍ଷା କ୍ଷତି ଭରଣା ପାଇଁ ଯାହା କିଛି ଆବଶ୍ୟକ ପଡ଼ିବ ସାହାଯ୍ୟ ଦେବାକୁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମନ୍ତ୍ରୀ ମାରାଣ୍ଡି କହିଥିଲେ। ଜୁଲାଇ ଶେଷ ସପ୍ତାହରେ ଲଗାଣ ବର୍ଷା ହୋଇଥିବାରୁ ଜିଲାର ତଳିଆ ଅଞ୍ଚଳ ପ୍ରଭାବିତ ହୋଇଛି। ଜିଲାରେ ୯ଟି ନୂତନ ପୋଲ ନିର୍ମାଣ ଏବଂ କେତେକ ସ୍ଥାନରେ ବାତ୍ୟା ଆଶ୍ରୟ ସ୍ଥଳ ପାଇଁ ଜିଲାପାଳ ପ୍ରସ୍ତାବ ଦେଇଛନ୍ତି। ଏହାର ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ସେଠୀ କହିଛନ୍ତି। ଏହି ସମୀକ୍ଷା ବୈଠକରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନା, ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା, ଏସଡିପିଓ ରିଷିକେଶ ଖିଲାରି, ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ସମୀକ୍ଷା ବୈଠକ ପରେ ମନ୍ତ୍ରୀ ଓ ସ୍ବତନ୍ତ୍ର ରିଲିଫ କମିଶନର ଆକାଶ ମାର୍ଗରେ କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ । ସୂଚନାଯୋଗ୍ୟ ଯେ, ଏମ.ଭି-୩ସ୍ଥିତ ବିଏସଏଫ କ୍ୟାମ୍ପରେ ହେଲିକଫ୍ଟର ଯୋଗେ ଉଭୟେ ପହଞ୍ଚତ୍ବା ପରେ ମନ୍ତ୍ରୀଙ୍କୁ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?