ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ ବାରମ୍ବାର କଲ ଡ୍ରପ ହେବା ସହ କିଛି ଶୁଣାଯାଉନାହିଁ ା ନେଟ ସେବା ପାଇଁ କମ୍ପାନୀ ଜିଲାର ଗ୍ରାହକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ପ୍ରତି ମାସରେ ପାଉଥିବାବେଳେ ଉଚିତ ସେବା ପାଇପାରୁ ନ ଥିବା ଅଭିଯୋଗ ହୋଇଛି ା ସେହିଭଳି ଚିତ୍ରକୋଣ୍ଡା ବ୍ଲକରେ ମୋବାଇଲ ସେବା ସମ୍ପୂୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି ା ଏଠାରେ କେବଳ ଗୋଟିଏ ମୋବାଇଲ ସେବା ବିଏସଏନଏଲର ଥିବା ବେଳେ ଅଞ୍ଚଳବାସୀ କେବଳ ୨ଜି ସେବା ହିଁ ପାଇପାରୁଛନ୍ତିା ନେଟୱର୍କ ଥିଲେ ମଧ୍ୟ କଲ କରିବାକୁ ହେଲେ ଆନ୍ଧ୍ର ପ୍ରଦେଶର ସିଲେରୁ ସହରକୁ ଯିବାକୁ ପଡ଼ୁଛି। ଏଭଳି ସ୍ଥିତିରେ ନେଟ ସେବା ନ ଥିବା ସହ ସମାନ ହୋଇପଡ଼ିଛି ା ଏଥିଯୋଗୁ ବ୍ୟାଙ୍କ, ତହସିଲ ଓ ବ୍ଲକ କାର୍ଯ୍ୟ ମଧ୍ୟ ବାଧାପ୍ରାପ୍ତ ହୋଇଛି ା ଏହି ଅଂଚଳରେ ଅନ୍ୟ ନେଟୱର୍କ ମଧ୍ୟ ନ ଥିବାରୁ ଲୋକେ ଘଣ୍ଟ ଘଣ୍ଟା ଧରି ପ୍ରତ୍ୟେକ ଦିନ ଶହ ଶହ ଲୋକେ ନିଜ ପରିବାରବର୍ଗଙ୍କ ସହ କଥା ହୋଇପାରୁ ନ ଥିବା ଶଙ୍କର ରାଉତ, ଅନିଲ ଅଗ୍ରୱାଲ, ମନୁ ନାୟକ, ପ୍ରକାଶ ନାୟକ, ଶଙ୍କର ନାୟକ, ସୁଧାକର ନାୟକ ଅଭିଯୋଗ କରିଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଉଚ୍ଚ କତୃର୍ର୍ପକ୍ଷ ଦୃଷ୍ଟି ଦେଉ ନ ଥିବାରୁ ଲୋକେ ମାସିକ ଶହ ଶହ ଟଙ୍କାର ରିଚାର୍ଜ ଭାଉଚର ପକାଇ କ୍ଷତି ସହୁଛନ୍ତିା ଆଜିର ଯୁଗରେ ମୋବାଇଲ ଏକ ନିତ୍ୟାନ୍ତ ଆବଶ୍ୟକ ବସ୍ତୁ ହୋଇଥିବାବେଳେ ଜିଲ୍ଲା ପ୍ରଶାସନ ମଧ୍ୟ କିଭଳି ସମସ୍ୟା ପ୍ରତି ଧ୍ୟାନ ଦେଉନାହିଁ , ତାହା ହିଁ ସବୁଠାରୁ ବଡ଼ ପ୍ରଶ୍ନ ବୋଲି ମତ ପ୍ରକାଶ ପାଇଛି। ଏଠାକାର ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଛୁ। ଏ ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଛୁ ଓ ଶୀଘ୍ର ଏହାର ସମାଧାନ କରିବୁ ବୋଲି ବିଏସଏନଏଲର ସହକାରୀ ଯନ୍ତ୍ରୀ ସୁବୋଧ କୁମାର ପ୍ରଧାନ ପ୍ରକାଶ କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri