ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ

ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍‌ରେ ଏକ ହାଇୱା ପଛରେ ଟ୍ରାଭେଲର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ ସମେତ ୮ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଦୁର୍ଘଟଣାଗ୍ରସ୍ତ ଟ୍ରାଭେଲର ମାଲିକଙ୍କ ଭଣଜା ତଥା ମାଲକାନଗିରି ଜିଲା ଏମ୍‌ଭି-୯୧ର ସୌରଭ ବେପାରୀ। ଆହତମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ମାଲକାନଗିରି ଜିଲା ଟ୍ରେଜେରୀ ଅଫିସ୍‌ କର୍ମଚାରୀ ଷ୍ଟାମ୍ପ ପେପର ଆଣିବା ପାଇଁ ଟ୍ରାଭେଲର (ନଂ.ଓଡି୦୫ଏଏନ୍‌୧୯୪୮)ରେ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ସୁରକ୍ଷା ପାଇଁ ୫ ପୋଲିସ କର୍ମଚାରୀ ମଧ୍ୟ ଉକ୍ତ ଗାଡ଼ିରେ ଥିଲେ ା ଭୋର୍‌ରେ ଚାଳକ ଭାରସାମ୍ୟ ହରାଇବାରୁ ଜଗନ୍ନାଥପୁର ନିକଟ ଏକ ଢାବା ସମ୍ମୁଖ ଜାତୀୟ ରାଜପଥରେ ଠିଆ ହୋଇଥିବା ହାଇୱା ପଛରେ ଟ୍ରାଭେଲରଟି ପିଟି ହୋଇଯାଇଥିଲା। ଫଳରେ ସେଥିରେ ଥିବା ସୌରଭ, ଟେଜରୀ ଅଫିସର ୩ କର୍ମଚାରୀ ଏବଂ ୫ ପୋଲିସ ଆହତ ହୋଇଥିଲେ। ସମସ୍ତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ସୌରଭଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ଟ୍ରେଜରୀ ଅଫିସର ଜଣେ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଚମାଖଣ୍ଡି ଥାନା ପୋଲିସ ମାମଲା (ନଂ.୧୬୬/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri