ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ

ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍‌ରେ ଏକ ହାଇୱା ପଛରେ ଟ୍ରାଭେଲର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ ସମେତ ୮ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଦୁର୍ଘଟଣାଗ୍ରସ୍ତ ଟ୍ରାଭେଲର ମାଲିକଙ୍କ ଭଣଜା ତଥା ମାଲକାନଗିରି ଜିଲା ଏମ୍‌ଭି-୯୧ର ସୌରଭ ବେପାରୀ। ଆହତମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ମାଲକାନଗିରି ଜିଲା ଟ୍ରେଜେରୀ ଅଫିସ୍‌ କର୍ମଚାରୀ ଷ୍ଟାମ୍ପ ପେପର ଆଣିବା ପାଇଁ ଟ୍ରାଭେଲର (ନଂ.ଓଡି୦୫ଏଏନ୍‌୧୯୪୮)ରେ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ସୁରକ୍ଷା ପାଇଁ ୫ ପୋଲିସ କର୍ମଚାରୀ ମଧ୍ୟ ଉକ୍ତ ଗାଡ଼ିରେ ଥିଲେ ା ଭୋର୍‌ରେ ଚାଳକ ଭାରସାମ୍ୟ ହରାଇବାରୁ ଜଗନ୍ନାଥପୁର ନିକଟ ଏକ ଢାବା ସମ୍ମୁଖ ଜାତୀୟ ରାଜପଥରେ ଠିଆ ହୋଇଥିବା ହାଇୱା ପଛରେ ଟ୍ରାଭେଲରଟି ପିଟି ହୋଇଯାଇଥିଲା। ଫଳରେ ସେଥିରେ ଥିବା ସୌରଭ, ଟେଜରୀ ଅଫିସର ୩ କର୍ମଚାରୀ ଏବଂ ୫ ପୋଲିସ ଆହତ ହୋଇଥିଲେ। ସମସ୍ତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ସୌରଭଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ଟ୍ରେଜରୀ ଅଫିସର ଜଣେ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଚମାଖଣ୍ଡି ଥାନା ପୋଲିସ ମାମଲା (ନଂ.୧୬୬/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri