ମାଲକାନଗିରି: ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ଦୁଇ ଦିନରେ ତିନିକୁ ବଢିଲା ସଂଖ୍ୟା

କାଲିମେଳା/ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ ବୁଧବାର ମାଲାକନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୨ ଅଞ୍ଚଳରୁ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୁରୁବାର ପୁଣି ସେହି ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲକୁ ପଠାଯାଇଛି। ବୁଧବାର ଚିହ୍ନଟ ବ୍ୟକ୍ତିଙ୍କୁ ମଧ୍ୟ ଭୁବନେଶ୍ୱର ପଠାଇ ଦିଆଯାଇଥିଲା। ଏହି ଆକ୍ରାନ୍ତମାନେ ଏମ୍‌ଭି-୭୨ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ପ୍ରଥମେ ୨ ଜଣଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଗୁରୁବାର ଆଉ ଜଣକ ରିପୋର୍ଟ ପଜିଟିଭ ଆସିଛି। ଏହି ୨ ଦିନର ଚିହ୍ନଟ ଆକ୍ରାନ୍ତମାନେ ସମସ୍ତେ ଟିଗଲ ପଞ୍ଚାୟତର ଏକ ଗ୍ରାମର ବୋଲି ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଗ୍ରାମକୁ ଟିଗଲ ସରପଞ୍ଚ ବଜା ମାଡକାମି ସଟଡାଉନ ଘୋଷଣା କରିଛନ୍ତି। ଗୁରୁବାର ସକାଳୁ ଗ୍ରାମର ଆଶା ,ଅଙ୍ଗନୱାଡିକର୍ମୀ,ଏଏନଏମଙ୍କୁ ନେଇ ତିନିଜଣିଆ ଟିମ୍‌ ଗଠନ କରାଯାଇଛି। ସେମାନେ ଗ୍ରାମରେ ଥିବା ୧୮୦ଟି ଘରକୁ ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବା ସହ ପଞ୍ଜୀକରଣ କରିଛନ୍ତି ା ଗ୍ରାମରେ ସାନିଟାଇଜର ଛିଞ୍ଚନ କରାଯିବା ସହ ପରିମଳ ବ୍ୟବସ୍ଥାର ସୁଧାର ଅଣାଯାଉଛି ା ସିଡିଏମଓ ଏବଂ ଏଡିଏମ ବୀରସେନ ପ୍ରଧାନ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଛନ୍ତି ା ଗ୍ରାମରେ କାହାକୁ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି ା ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଣିବା ପାଇଁ ପରିବାରର ମାତ୍ର ଜଣେ ବାହାରକୁ ଯାଇ ସାମଗ୍ରୀ ଆଣିବାକୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ

ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍‌ ଦେଇ…

ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍‌ ପାଇ ନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri