ମାଲିକ ନ ଥିବା ଗାଈ ଉଠାଇଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୧୪।୯-ବ୍ରହ୍ମପୁରରେ ଟ୍ରାଫିକ ସମସ୍ୟା ସୁଧାରିବାକୁ ଆଉ ଏକ ପଦକ୍ଷେପ ହାତକୁ ନେଇଛି ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) । ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ବୁଲା ଗୋରୁ, ମଇଁଷିଙ୍କୁ ରାସ୍ତାରୁ ହଟାଇବା ଦିଗରେ ବିଏମସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମାଲିକ ନ ଥିବା ଗାଈଙ୍କୁ ରାସ୍ତାରୁ ଉଠାଯାଇ ନିକଟବର୍ତ୍ତୀ ଅଞ୍ଚଳର କୃଷକଙ୍କୁ ଦାନ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି ।
ଶେଷ ସୁଦ୍ଧା ବିଏମସି ପକ୍ଷରୁ ୪୫୩୪ ଗାଈ, ମଇଁଷିଙ୍କୁ ଟ୍ୟାଗିଂ କରାଯାଇଛି ା ପ୍ରଥମ ପର୍ଯ୍ୟାୟରେ ରାସ୍ତାରୁ ଉଠାଯାଇଥିବା ମାଲିକ ନ ଥିବା ୫ ଗାଈଙ୍କୁ ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳର କୃଷକଙ୍କୁ ଦାନ କରାଯାଇଥିବା କମିଶନର ଚକ୍ରବର୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ବିଏମସି ପକ୍ଷରୁ ଗଠିତ ୧୦ ଜଣିଆ ସ୍କ୍ବାର୍ଡ ଟିମ ଗାଈଗୋରୁଙ୍କୁ ରାସ୍ତାରୁ ଉଠାଇବା କାର୍ଯ୍ୟରେ ନିୟୋଜିତ କରାଯାଇଛି ା ପରବର୍ତ୍ତି ପର୍ଯ୍ୟାୟରେ ମାଲିକ ଥିବା ଗୋରୁ ଗାଈଙ୍କ ଅବାଧ ବିଚରଣକୁ ରୋକିବା ଦିଗରେ ପଦକ୍ଷେପ ନିଆଯିବ। ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ବୁଲା ଗୋରୁଙ୍କ ଯୋଗୁ ବ୍ରହ୍ମପୁରରେ ବହୁ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ଛୋଟ ବଡ ଦୁର୍ଘଟଣା ମଧ୍ୟ ଘଟୁଛି। ଏହାକୁ ଦୃୃଷ୍ଟିରେ ରଖି ବୁଲା ଗୋରୁଗାଇ, ମଇଁଷିଙ୍କ ଅବାଧ ବିଚରଣ ଉପରେ ରୋକ ଲଗାଇବାକୁ ବିଏମସି ପକ୍ଷରୁ ଜୁଲାଇ ୧ରୁ ଟ୍ୟାଗିଂ ପ୍ରକ୍ରିିୟା ଆରମ୍ଭ ହୋଇଥିଲା ା ପ୍ରାଣୀଧନ ଚିକିସତ୍ା ବିଭାଗର ସହଯୋଗରେ ଏହି ଟ୍ୟାଗିଂ ପ୍ରକ୍ରିୟା ହୋଇଥିଲା। ପ୍ରତ୍ୟେକ ୱାର୍ଡର ବୁଲା ଗୋରୁ ଓ ମଇଁଷିଙ୍କୁ ଚିହ୍ନଟ କରି ୧୧ ସଂଖ୍ୟା ବିଶିଷ୍ଟ ସ୍ବତନ୍ତ୍ର ପରିଚୟ ନମ୍ବର ଥିବା ଟ୍ୟାଗକୁ ସେମାନଙ୍କ କାନରେ ଖଞ୍ଜା ଯାଇଥିଲା ା
ଟ୍ୟାଗିଂ ନମ୍ବର ସହ ଗୋରୁ, ମଇଁଷିଙ୍କ ମାଲିକଙ୍କ ନାମ ଠିକଣାକୁ ସଂଯୋଗ କରାଯାଇଥିଲା ା ଉକ୍ତ ଗୋରୁ ଓ ମଇଁଷି ରାସ୍ତାରେ ଅବାଧରେ ବୁଲୁଥିବା ଦେଖିବାକୁ ମିଳିଲେ ସେମାନଙ୍କୁ ବିଏମସି ପକ୍ଷରୁ ଧରାଯିବ ା ସମ୍ପୃକ୍ତ ମାଲିକଙ୍କ ନିକଟରୁ ଜରିମାନା ଆଦାୟ କରାଯିବ। ଏହା ପରେ ବି ପୁଣି ରାସ୍ତାକୁ ଆସିଲେ ଗୋରୁ ଓ ମଇଁଷିଙ୍କୁ ଧରି ଚାଷୀ ତଥା ଗୋପାଳକଙ୍କୁ ଦାନ କରାଯିବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri